ନିଆଁରେ ପୋଡ଼ି ସ୍ତ୍ରୀ ମୃତ: ବାପ, ପୁଅ ଗୁରୁତର

ଝାରସୁଗୁଡ଼ା ଅଫିସ/ବ୍ରଜରାଜନଗର,୨ା୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଇଟାଭଟା ଝରନ୍‌ପଡାରେ ଏକ ଅଭାବନୀୟ ଘଟଣା ଘଟିଛି। ପଡ଼ାର ଟିକେଶ୍ୱର ଦେବାଙ୍ଗନ(୪୫)ଙ୍କ ପରିବାର ଲୋକେ ଶୋଇଥିବାବେଳେ ଘରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟିକେଶ୍ୱରଙ୍କ ଶରୀରର ୩୦ ପ୍ରତିଶତ, ପୋଡି ଯାଇଥିବା ବେଳେ ସ୍ତ୍ରୀ ସୁଶିଳା ଦେବଙ୍ଗନ(୩୨)ଙ୍କ ୯୦ ପ୍ରତିଶତ ଓ ପୁଅ ବୀର ଦେବାଙ୍ଗନ(୧୨)ଙ୍କ ୬୦ ପ୍ରତିଶତ ପୋଡିଯାଇଥିଲା। ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବୁର୍ଲା ବଡମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ସୁଶିଳାଙ୍କ ମୃତ୍ୟୁ ଘଟିଛି। ଆହତ ବାପପୁଅଙ୍କୁ ଚିକିତ୍ସା ପାଇଁ ଛତିଶଗଡ଼ର କୋର୍ବାକୁ ପଠାଯାଇଛି। ଏ ନେଇ ଟିକେଶ୍ୱରଙ୍କ ପଡୋଶୀ ବଂଶୀ ମହରାଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ୍‌ ବ୍ରଜରାଜନଗର ଥାନାରେ ଏକ ମାମଲା(ନଂ.୩୭/୨୩) ରୁଜୁ ହୋଇଛି।

ଅଭିଯୋଗ ମୁତାବକ, ଟିକେଶ୍ୱର ପରିବାର ଲୋକଙ୍କ ସହିତ ଘରେ ରାତିରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି। ହେଲେ କିଏ ଓ କାହିଁକି ଏଭଳି କାଣ୍ଡ କରିଛି ତାହା ଜଣାପଡି ନାହିଁ। ଏନେଇ ତଦନ୍ତ ଜାରି ରହିଛି ବୋଲି ଥାନା ଆଇଆଇସି ଧବଳେଶ୍ୱର ସାହୁ କହିଛନ୍ତି। ସୂଚନାଯୋଗ୍ୟ, ଟିକେଶ୍ୱରଙ୍କ ପ୍ରକୃତ ଘର ଛତିଶଗଡ଼ ହୋଇଥିବା ବେଳେ ବହୁବର୍ଷ ହେଲା ଏଠାରେ ପରିବାର ସହ ରହିଆସୁଛନ୍ତି। ବୁଧବାର ରାତି ପ୍ରାୟ ୩ଟାରେ ଘର ଭିତରେ ନିଆଁ ଲାଗିବାରୁ ଜୀବନ ବିକଳରେ ଟିକେଶ୍ୱର ଅର୍ଦ୍ଧଦଗ୍ଧ ଅବସ୍ଥାରେ ଘରର କବାଟ ଖୋଲି ବାହାରକୁ ଆସି ଚିତ୍କାର କରିଥିଲେ। ପାଖପଡୋଶୀ ଉଠି ପରିବାର ଲୋକଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri