ନିଆଁରେ ପୋଡ଼ି ମହିଳାଙ୍କ ମୃତ୍ୟୁ ଘଟଣା: ନ୍ୟାୟ ପ୍ରଦାନ ଦାବିରେ ଥାନାର ଦ୍ୱାରସ୍ଥ ବାପଘର ଲୋକେ

କୋକସରା,୨୯ା୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ମାଝୀଗୁଡ଼ା ଗ୍ରାମରେ ଗତ ରବିବାର ଜୟନ୍ତ ନାଗଙ୍କ ସ୍ତ୍ରୀ ଉର୍ମିଳାଙ୍କୁ ସ୍ବାମୀ ଜୟନ୍ତ, ଶାଶୁ ଓ ବଡ଼ ଯା’ ମିଶି ପେଟ୍ରୋଲ ଢାଳି ପୋଡ଼ି ମାରିବା ଘଟଣାରେ ମୃତ ଉର୍ମିଳାଙ୍କ ସ୍ବାମୀଙ୍କୁ କୋକସରା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଘଟଣାରେ ନ୍ୟାୟିକ ତଦନ୍ତ ଓ ଅନ୍ୟ ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡ଼ାଉଥିବା ଅଭିଯୋଗ କରି ଶନିବାର କଳାହାଣ୍ଡି ଅଲ୍‌ ଓଡିଶା ସିଡ୍ୟୁଲ କାଷ୍ଟ ଫେଡେରେଶନର ଜିଲା ଉପଖଣ୍ଡ ଓ ବ୍ଲକ କର୍ମକର୍ତ୍ତାମାନେ କୋକସରା ଥାନାରେ ପହଞ୍ଚି ପୋଲିସ ଲଗାଇଥିବା ଦଫାକୁ ୩୦୬ ପରିବର୍ତ୍ତେ ୩୦୨ କରିବା ଓ ଏହି ଘଟଣାରେ ସମ୍ପୃକ୍ତ ରହିଥିବା ଅନ୍ୟମାନଙ୍କୁ ଗିରଫ କରିବା ପାଇଁ ଲିଖିତ ଦାବି କରିଛନ୍ତି। ଶନିବାର ଧର୍ମଗଡ଼ ଉପଖଣ୍ଡ ସିଡ୍ୟୁଲ କାଷ୍ଟ ଫେଡେରେଶନ ସଭାପତି ବିରଞ୍ଚି ନାରାୟଣ ଜାଲଙ୍କ ନେତୃତ୍ୱରେ ଏକ ଟିମ୍‌ କୋକସରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ନିରପେକ୍ଷ ଭାବେ ଏହାର ତଦନ୍ତ କରି ଘଟଣାରେ ସମ୍ପୃକ୍ତ ବ୍ୟକ୍ତି ଓ ମୁଖ୍ୟ ଅଭିଯୁକ୍ତଙ୍କୁ ହତ୍ୟା ମାମଲାରେ ଦଫା ରୁଜୁ କରା ନ ଗଲେ ଆଗାମୀ ଦିନରେ ଥାନା ଘେରାଉ କରିବାକୁ ଜିଲା କାର୍ଯ୍ୟକାରୀ ସଭାପତି ରିଷୀ ସୁଦାନ ଛତ୍ରପାଳ, ଆଶିଷ ରଞ୍ଜନ ନାଏକ, କୋଷାଧ୍ୟକ୍ଷ ଦେବେନ୍ଦ୍ର ନାଏକ, ଧର୍ମଗଡ଼ ଉପଖଣ୍ଡ ଯୁବ ସଭାପତି ଢଗ ନାଏକ, ଉପଦେଷ୍ଟା ଦିଗାମ୍ବର ଦୁରିଆ, ଭବାନୀପାଟଣା ଟାଉନ ସଭାପତି ସଞ୍ଜୟ ସୁନାନୀ, କୋକସରା ବ୍ଲକ ସଭାପତି କିଶୋର ଚନ୍ଦ୍ର ନାଏକ, ହେରମ୍ବ ସେନାପତି, ଦଣ୍ଡପାଟ ଡମ୍ବ ସମାଜ ସଭାପତି ବିରଞ୍ଚି ଖମାରୀ, ସମ୍ପାଦକ ଯଶୋବନ୍ତ ପାଣିଗ୍ରାହୀ, ଉପସଭାପତି ପଙ୍କଜ ଠାକୁର, ସୁନୀଲ ଦୁରିଆ, କୋକସରା ବ୍ଲକ ସମ୍ପାଦକ ପ୍ରବୀଣ ପାଣିଗ୍ରାହୀ, ପ୍ରଧାନୀ ବାଗ, ଦିଶାନ୍ତ ବେଶ୍ରା, ଘନଶ୍ୟାମ ଛତ୍ରିଆ, ଗୁପ୍ତେଶର, ଏ. ସରିତା ରାଓ, ଲକ୍ଷ୍ମୀପ୍ରିୟା କର ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?