ସ୍ବାମୀ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ଢେଙ୍କାନାଳ ଅଫିସ,୨୫।୯: ଢେଙ୍କାନାଳ ଜିଲା କଣ୍ଠାବଣିଆ ଥାନା ୫୫ ନମ୍ବର ଜାତୀୟ ରାଜପଥ ଇଟାପ ଛକ ନିକଟରେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ବଅଁରପାଳ ଆଡୁ ଆସୁଥିବା ଏକ ବାଇକ୍‌କୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା । ଫଳରେ ବାଇକ୍‌ରେ ଥିବା ମନୋରମା ମିଶ୍ର ଟ୍ରକ ଚକ ତଳେ ଚାପି ହୋଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି ।

ଦୁର୍ଘଟଣାରେ ବାଇକ୍‌ ଚାଳକ ତଥା ମନୋରମାଙ୍କ ସ୍ବାମୀ ସୁବାସ ଚନ୍ଦ୍ର ନନ୍ଦ ଓ ପୁଅ ଗୁରୁତର ଆହତ ହୋଇ ମେରାମୁଣ୍ଡଳୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ଖବର ପାଇ କଣ୍ଟାବଣିଆ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ପୋଲିସ ଜବତ କରିଥିବା ବେଳେ ଚାଳକ ଫେରାର ଥିବା ଜଣାପଡିଛି। ଗଁଦିଆ ଥାନା ଅବଳର ସୁବାସ ନିଜ ପରିବାର ସହ ବଅଁରପାଳରେ ରହି ଏକ ଘରୋଇ ସଂସ୍ଥାରେ କାମ କରୁଥିଲେ। ହେଲେ ମହାଳୟା ପାଇଁ ସୁବାସ ସ୍ତ୍ରୀ ମନୋରମା ଓ ଅଢେଇ ବର୍ଷର ଶିଶୁପୁତ୍ରଙ୍କୁ ଧରି ଧଳପୁର ଗ୍ରାମକୁ ବାଇକରେ ଯାଉଥିବା ବେଳେ ଇଟାପ ଛକରେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri