ରହସ୍ୟଘେରରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ ପୋଲିସ ଶବକୁ ବୁଧବାର ଜବତ କରିଛି । ବ୍ୟବଛେଦ ପାଇଁ ଆନନ୍ଦପୁର ଉପଖଣ୍ଡ ମେଡିକାଲକୁ ପଠାଇଥିବା ବେଳେ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି । ଖବର ପାଇ ଆନନ୍ଦପୁର ଏସଡିପିଓ କମଳ କୁମାର ପଣ୍ଡା ଏବଂ ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଛନ୍ତି ।

ସୂଚନାରୁ ଜଣାଯାଇଛି ଯେ ତୁମ୍ବାବଣି ପାଟଣା ଗ୍ରାମର ଭୀମସେନ ରାଉତ ଏବଂ ଜୟନ୍ତୀ ଲତା ରାଉତଙ୍କ ଝିଅ ଉଷାରାଣୀ (୩୮) ଦୀର୍ଘ ୧୭ ବର୍ଷ ପୂର୍ବେ ଶାଳକଣିଆଁ ଗ୍ରାମର ଚତୁର୍ଭୁଜ ରାଉତଙ୍କ ପୁଅ ପ୍ରଦୀପ ରାଉତଙ୍କୁ ବିବାହ କରିଥିଲେ । କୌଣସି କାରଣରୁ ଗତ ମଙ୍ଗଳବାର ଉଷାରାଣୀ ବିଷ ଖାଇ ଦେଇଥିଲେ । ତାଙ୍କୁ ପ୍ରଥମେ ଶାଳନିଆଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ପରେ କଟକ ମେଡିକାଲ ନିଆଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। କିନ୍ତୁ ଶବ ବ୍ୟବଚ୍ଛେଦ କରାନଯାଇ ଗ୍ରାମକୁ ଶବ ଅଣାଯାଇଥିଲା ।

ଉଷାରାଣୀଙ୍କ ମା ଜୟନ୍ତୀଲତା କହିଛନ୍ତି ଯେ ମୋ ଝିଅକୁ ନିର୍ଯାତନା ସହ ବିଷ ଦେଇ ମାରି ଦେଇଛନ୍ତି । ଏସଡିପିଓ କହିଛନ୍ତି ଯେ, ଲିଖିତ ଅଭିଯୋଗ ଅଦ୍ୟାବଧି ହୋଇନି । ଖବର ପାଇ ପ୍ରଥମେ ଶବ ଜବତ ସହ ବ୍ୟବଚ୍ଛେଦ କରାଯିବା ପାଇଁ ପଦକ୍ଷେପ ନିଆଯାଉଛି । ଅଭିଯୋଗ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ପରବର୍ତ୍ତୀ ସମୟରେ ମୃତ ଉଷାରାଣୀଙ୍କ ମା’ ଜୟନ୍ତୀଲତାଙ୍କ ଅଭିଯୋଗ ଆଧାରରେ ପୋଲିସ କେସ ନଂ ୨୫୭/୨୦୨୬ରେ ଏକ ମାମଲା ରୁଜୁ କରାଯାଇଥିବା ଏସଡିପିଓ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

ସମୟରେ ପହଞ୍ଚିଲା ଆମ୍ବୁଲାନ୍ସ, ହେଲେ ୩ କିଲୋମିଟର ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡାରି,୧୨।୯,(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳା ଚାମି ମାମ୍ବାଲାକା ସ୍ବାମୀ ଲାଜାରା କାଡ୍ରାକାଙ୍କୁ ପ୍ରସବ ବେଦନା ହେବା…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

୮ ଫୌଜଦାରୀ ମାମଲାର ଫଇସଲା: ଋଣ ବାବଦରେ ୧ ଲକ୍ଷ ଟଙ୍କା ଆଦାୟ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ…

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?