ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ ବିଦାରକଘଟଣା ଦେଖିବାକୁ ମିଳିଛି ରାମଗିରି ଅଞ୍ଚଳରେ। ମୃତକ ହେଲେ ଗଜପତି ଜିଲ୍ଲା ରା. ଉଦୟଗିରି ବ୍ଲକ ରାମଗିରି ଗ୍ରାମପଞ୍ଚାୟତର ଖ୍ରୀଷ୍ଟିଆନ ସାହିର ଶଶୀକଳା ମାଝୀ । ତାଙ୍କ ବୟସ ୫୫ ବର୍ଷ ହୋଇଥିବା ବେଳେ ସେ ଜଣେ ଅବିବାହିତ ମହିଳା ।

ଆଗକୁ ଖ୍ରୀଷ୍ଟ ଧର୍ମର ବଡ଼ଦିନ ପାଳିବା ପାଇଁ ଘର ସଫାସୁତରା କରି ଲୁଗାପଟା ସଫା କରିବା ପାଇଁ ନିକଟସ୍ଥ ସାହି ନକଟସ୍ଥ ନାଳକୁ ଲୁଗାପଟା ସଫା କରିବାକୁ ଯାଇଥିଲେ । ସେହି ସମୟରେ ଏକ ବିଷାକ୍ତ ସାପ ତାଙ୍କ ବାମ ଗୋଡ଼ର ବୁଢ଼ା ଆଙ୍ଗୁଠିରେ ଦଂଶନ କରିଥିଲା । ସେଠାରେ ସେ ଅଚେତ ହୋଇ ବହୁ ସମୟ ପଡିରହିଥିଲେ । କିଛି ଲୋକ ସେ ପଡ଼ିଥିବା ଦେଖି ତୁରନ୍ତ ରାମଗିରି ସ୍ଥିତ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣି ପ୍ରାଥମିକ ଚିକିତ୍ସା ପରେ ୧୦୮ ଆମ୍ବୁଲାନ୍ସ ଯୋଗେ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । କିନ୍ତୁ ଶଶୀକଳାଙ୍କ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା । ତାଙ୍କ ମୃତ୍ୟୁରେ ପରିବାର ବର୍ଗଙ୍କ ସହ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର ହେବ ବୋଲି ଜଣାପଡିଛି । ଏ ନେଇ 10/25 ଏକ ଅପମୃତୁ ମାମଲା ୠଜୁ ହୋଇଥିବା ରାମଗିରି ଥାନା ଅଧିକାରୀ ଡି. ଗଜପତି ଦୋରା କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?