କୋକସରା,୨୫।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)କଳାହାଣ୍ଡି ଜିଲା କଲମପୁରର ଜଣେ ମହିଳା ନିଜ ଭାଇ ଘର ବଡ ପୋଡାଗୁଡା ପଞ୍ଚାୟତ ସର୍ଗିଗୁଡ଼ା ଗାଁକୁ ଆସିଥିବା ବେଳେ ଏକ ନାଗ ସାପ ଦଂଶନରେ ଗୁରୁତର ହୋଇଥିଲେ । ସମ୍ପର୍କୀୟମାନେ କୋକସରା ଡାକ୍ତରଖାନାରେ ଆଣି ସୋମବାର ସଂଧ୍ୟା ପ୍ରାୟ ୭ ଘଣ୍ଟାରେ ତାଙ୍କୁ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ମହିଳା ଜଣକ ହେଉଛନ୍ତି କଲମପୁର ବ୍ଲକ ପଣ୍ଡିଗାଁର ରୋହିଣୀ ମାଝୀ(୫୦) ବୋଲି ଜଣାପଡିଛି। ତେବେ ସଂଧ୍ୟା ହୋଇ ଯାଇଥିବାରୁ ମୃତକ ମହିଳାଙ୍କ ଶବ ବ୍ୟବଚ୍ଛେଦ ହୋଇପାରି ନ ଥିଲା । ମଙ୍ଗଳବାର ଶବ ବ୍ୟବଚ୍ଛେଦ କରାଯିବା ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଆମପାଣି ଥାନା ୟୁଡି କେଶ ନମ୍ବର ୫/୨୩ରେ ଏକ ମାମଲା ରୁଜୁ ହୋଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।
Posted inHome, Home Left, ଆମ ଜିଲା ଖବର, କଳାହାଣ୍ଡି View All
ମଧୁବନ ଗ୍ରାମପଂଚାୟତର ସୁକୁଡୁବାଜୁ ନିକଟରେ ଧସିଲା ପାହାଡ଼, ରାସ୍ତା ଜାମ୍
ଗୁଡାରି,୨୪।୯(ପ୍ରମୋଦ କୁମାର ପତି): ଲଗାଣ ବର୍ଷାରେ ଗୁରୁବାର ଅପରାହ୍ନରେ ଗୁଡାରି ବ୍ଲକର ମଧୁବନ ଗ୍ରାମପଂଚାୟତ ଅନ୍ତର୍ଗତ ସୁକୁଡୁବାଜୁ ନିକଟରେ ପାହାଡ଼ରୁ ବଡ଼ ପଥର ଖସି ରାସ୍ତା ମଝିରେ…
ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ
ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…
ଚାଷଜମିରେ ଦା’ ରେ ହାଣି ହତ୍ୟା ଉଦ୍ୟମ ଘଟଣା, ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ପ୍ରକାଶ ବେହେରାଙ୍କୁ ତାଙ୍କ ଗ୍ରାମର ଏସ. ବଳରାମ ରେଡ୍ଡୀ ଓରଫ ବଳିଆ ଦା’ ରେ…
ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ
ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…
କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍
କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…
ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…
ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…
ଧରିତ୍ରୀ ପ୍ରଭାବ; ସାନ୍ତାଳୀ ଗାଁ ପାଣିଖିଆରେ ପାଣି ପଶିବା ଘଟଣା, ଶୁଖିଲା ଖାଦ୍ୟ ବାଣ୍ଟିଲା ପ୍ରଶାସନ
ମହାକାଳପଡ଼ା,୨୪।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ସାନ୍ତାଳୀ ଗାଁ ପାଣି ଖିଆରେ ସମୁଦ୍ର ପାଣି ମାଡ଼ି ଆସିଛି । ଲଘୁଚାପ ପ୍ରଭାବରେ…
ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ
ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

