ମଙ୍ଗଳବାର ବିଷ ପିଇଦେଇଥିଲେ, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଲିଜା

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଠାକୁରାଣୀ ଛକରେ ରହୁଥିବା କେଶବ ଦଳାଇଙ୍କ ଝିଅ ଲିଜା ଦଳାଇ(୨୦)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ମୃତ୍ୟୁ ହୋଇଛି । ବୁଧବାର ମଧ୍ୟାହ୍ନରେ ଦିଗପହଣ୍ଡି ଥାନା ଏଏସଆଇ ଦିଲ୍ଲୀପ ଗୋରଡା ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିବା ସହ ଥାନା ଅପମୃତ୍ୟୁ ମାମଲା ନଂ. ୨୨/୨୬ ଅନୁଯାୟୀ ବ୍ୟବଚ୍ଛେଦ କରାଇବା ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି ।

ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି। ଯୁବତୀଙ୍କ ବାପା ଜଣେ ଗରିବ ଅସହାୟ ବ୍ୟକ୍ତି । ସେ ଦିନ ମଜୁରିଆ କାମ କରନ୍ତି । ଦାରିଦ୍ର୍ୟତା ଭିତରେ ପରିବାର ଲୋକେ ଗୁଜୁରାଣ ମେଣ୍ଟାଉଥିଲେ। ଲିଜା କିଛିଦିନ ହେଲା ଦାରିଦ୍ର୍ୟ ତାଡନାରୁ ଚାପଗସ୍ତ ରହୁଥିଲେ। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଘରେ କେହି ନଥିବା ସୁଯୋଗ ନେଇ ମାନସିକ ଭାରସାମ୍ୟ ହରାଇ କୌଣସି ବିଷାକ୍ତ ପଦାର୍ଥ ଖାଇ ଦେଇଥିଲେ। ପରେ ଲିଜା ବାରମ୍ବାର ବାନ୍ତି କରି ଅସୁସ୍ଥ ହୋଇପଡିଥିଲେ। ପରିବାର ଲୋକେ ଘରକୁ ଫେରିବା ପରେ ଲିଜାଙ୍କ ଅବସ୍ଥା ଦେଖି ତାଙ୍କୁ ଅଚେତ ଅବସ୍ଥାରେ ଚିକିତ୍ସା ନିମନ୍ତେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।

ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ରାତି ପ୍ରାୟ ସାଢେ ୧୦ ଟାରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥଲେ। ବୁଧବାର ସକାଳେ ଯୁବତୀଙ୍କ ବାପା ଦିଗପହଣ୍ଡି ଥାନାରେ ପହଞ୍ଚି ତାଙ୍କ ଝିଅ କୌଣସି ବିଷାକ୍ତ ପଦାର୍ଥ ଖାଇଦେଇଥିବା ନେଇ ଏତଲା ଦେଇଥିଲେ । ଅପରପକ୍ଷରେ ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ହିଁ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଆଇଆଇସି କିଶୋର କୁମାର ସାମଲ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ୧୦୮ ଚାଲିଗଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri