Posted inଜାତୀୟ

ଚିକିତ୍ସା ବେଳେ ମହିଳା ଡାକ୍ତରଙ୍କୁ ହତ୍ୟା

କୋଲାମ/ଥିରୁଭାନନ୍ଥପୁରମ୍‌, ୧୧ା୫: କେରଳ କୋଲାମ ଜିଲାର ଏକ ହସ୍ପିଟାଲରେ ବୁଧବାର ଜଣେ ରୋଗୀ ୨୩ ବର୍ଷୀୟା ମହିଳା ଡାକ୍ତରଙ୍କୁ ଛୁରିଭୁସି ହତ୍ୟା କରିଛନ୍ତି। ଅଭିଯୁକ୍ତ ସନ୍ଦିପ୍‌ ତାଙ୍କ ପରିବାର ସଦସ୍ୟଙ୍କ ସହ ମାଡ଼ପିଟ୍‌ କରି ଆହତ ହୋଇଥିଲେ। ମହିଳା ଡାକ୍ତର ବନ୍ଦନା ଦାସ ତାଙ୍କ ଗୋଡ଼କୁ ଡ୍ରେସିଂ କରୁଥିଲେ। ଏହି ସମୟରେ ସନ୍ଦିପ୍‌ ଉତ୍‌କ୍ଷିପ୍ତ ହୋଇ ଡାକ୍ତରଙ୍କ ସମେତ ସେଠାରେ ଥିବା ଲୋକଙ୍କୁ କଇଞ୍ଚତ୍ ଓ ଛୁରିରେ ଆକ୍ରମଣ କରିଥିଲେ। ଆକ୍ରମଣରେ ଗୁରୁତର ଆହତ ଡା. ଦାସଙ୍କର କିଛି ସମୟ ପରେ ମୃତ୍ୟୁ ଘଟିଥିଲା। ସନ୍ଦିପଙ୍‌କ ସହ ଥିବା ପୋଲିସ କର୍ମଚାରୀ ମଧ୍ୟ ଆକ୍ରମଣରେ ଆହତ ହୋଇଛନ୍ତି। ଜଣେ ଯୁବ ଡାକ୍ତରଙ୍କୁ ହତ୍ୟା ଘଟଣାରେ କେରଳ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୋଲିସ ଓ ସରକାରଙ୍କ ବିଫଳତାରୁ ଏଭଳି ହତ୍ୟାକାଣ୍ଡ ଘଟିଲା। ଡାକ୍ତରଙ୍କୁ ସୁରକ୍ଷା ଦେବାରେ ସରକାର ଓ ପୋଲିସ ବିଫଳ ହୋଇଥିବାରୁ ହାଇକୋର୍ଟ ଭର୍ତ୍ସନା କରିଛନ୍ତି।

ଡାକ୍ତରଙ୍କ ମୃତ୍ୟୁ ଘଟଣାରେ କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ ଦୁଃଖପ୍ରକାଶ କରିଛନ୍ତି। ଏହା ଅତ୍ୟନ୍ତ ଦୁଃଖଦ ଓ ଯନ୍ତ୍ରଣାଦାୟକ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଡ୍ୟୁଟିରେ ଥିବା ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଆକ୍ରମଣ ଆଦୌ ଗ୍ରହଣୀୟ ନୁହେଁ। ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କ ଉପରେ ଆକ୍ରମଣ ବିରୋଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ବିଜୟନ କହିଛନ୍ତି। ଡାକ୍ତର ହତ୍ୟା ପ୍ରତିବାଦରେ ଇଣ୍ଡିଆନ୍‌ ମେଡିକାଲ ଆସୋସିଏଶନ ଏବଂ କେରଳ ସରକାରୀ ମେଡିକାଲ ଅଫିସର ଆସୋସିଏଶନର ସଦସ୍ୟମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କେରଳ ରାଜ୍ୟ ମାନବାଧିକାର କମିଶନ ଘଟଣାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରି କୋଲାମ ଜିଲା ପୋଲିସ ମୁଖ୍ୟଙ୍କଠାରୁ ୭ ଦିନ ମଧ୍ୟରେ ରିପୋର୍ଟ ତଲବ କରିଛି। ଡାକ୍ତର ଜଣକ ହାଉସ ସର୍ଜନ ହୋଇଥିବାରୁ ଅନଭିଜ୍ଞ ଥିଲେ ଏବଂ ଆକ୍ରମଣ ସମୟରେ ଡରିଯାଇଥିଲେ ବୋଲି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ କହିବା ପରେ ଏହାକୁ ନେଇ ରାଜନୈତିକ ବିବାଦ ଦେଖାଦେଇଛି। ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଏଭଳି ବିବୃତିକୁ ରାଜ୍ୟ କଂଗ୍ରେସ ସଭାପତି କେ. ସୁଧାକରନ ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?