ଭିକମାଗି ଜଗନ୍ନାଥ ମନ୍ଦିରକୁ ଲକ୍ଷେ ଟଙ୍କା ଦାନ କଲେ ମହିଳା

ଫୁଲବାଣୀ ଅଫିସ,୧୬।୧୨: ଜୀବନ ସାରା ଭିକ୍ଷା ମାଗି ଚଳିବା ଏବଂ ସେଥିରୁ ସଞ୍ଚିତ ୧ ଲକ୍ଷ ଟଙ୍କା ଜଗନ୍ନାଥ ମନ୍ଦିରକୁ ଦାନ କରିଛନ୍ତି ଜଣେ ମହିଳା। ଶୁକ୍ରବାର ସେ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିକୁ ଉକ୍ତ ଟଙ୍କା ହସ୍ତାନ୍ତର କରିଛନ୍ତି। ଏହି ଟଙ୍କାରେ ପୁରୁଣା ଜଗନ୍ନାଥ ମନ୍ଦିରର ମରାମତି ହେବ। ଟଙ୍କା ପ୍ରଦାନ କରିଥିବା ବୃଦ୍ଧା ମହିଳା ଜଣକ ହେଲେ ତୁଳା ବେହେରା(୭୦)। ୪୦ ବର୍ଷ ହେବ ସେ ଫୁଲବାଣୀ ଜଗନ୍ନାଥ ମନ୍ଦିର, ଶିବ ମନ୍ଦିର ଓ ସାଇ ମନ୍ଦିରରେ ଭିକ ମାଗି ୧ ଲକ୍ଷ ଟଙ୍କା ସଞ୍ଚିତ କରିଥିଲେ ା ଏହି ଘଟଣାକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟି ଥିବା ବେଳେ ତୁଳାଙ୍କୁ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିବାରେ ଲାଗିଛି।

ତୁଳା ଜଣେ ଦିବ୍ୟାଙ୍ଗ ପ୍ରଫୁଲ୍ଲ ବେହେରାଙ୍କୁ ବିବାହ କରିଥିଲେ ା ତାଙ୍କ ସହ ବୁଲି ଭିକ୍ଷା ବୃତ୍ତି କରି ଚଳୁଥିଲେ ା ସ୍ବାମୀଙ୍କ ଦେହାନ୍ତ ପରେ ସେ ଏକାକି ମନ୍ଦିରରେ ଭିକ୍ଷା ମାଗୁଥିଲେ । ବୟସ ଅଧିକ ହେବାରୁ ୧୦ ବର୍ଷ ତଳେ ଉକିଅ ମହାକୁଡ ନାମକ ଜଣେ ବେସାହାରା ମହିଳାଙ୍କୁ ପାଳିତ ଝିଅ କରି ରଖିଛନ୍ତି। ଭିକ୍ଷା ମାଗି ରଖିଥିବା ଟଙ୍କା ପ୍ରଭୁ ଜଗନ୍ନାଥଙ୍କ ସେବାରେ ଲାଗୁ ବୋଲି ତୁଳା କହିଛନ୍ତି। ମନ୍ଦିର ପରିଚାଳନା କମିଟି ସଭାପତି ସୁନାଶିର ମହାପାତ୍ରଙ୍କ ସମେତ ଅନ୍ୟ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ସେ ଲକ୍ଷେ ଟଙ୍କା ଦାନ କରିଛନ୍ତି। ତୁଳାଙ୍କ ଇଚ୍ଛା ଅନୁସାରେ ପୁରୁଣା ଜଗନ୍ନାଥ ମନ୍ଦିରର ପୁନରୁଦ୍ଧାର କାର୍ଯ୍ୟ କରାଯିବା ସହ ସାଧୁ ସନ୍ଥଙ୍କ ପାଇଁ ଏକ ଆଶ୍ରୟସ୍ଥଳୀ କରାଯିବ ବୋଲି ମନ୍ଦିର ସଭାପତି କହିଛନ୍ତି। ଏହି ଅବସରରେ ମନ୍ଦିର ପରିଚାଳନା କମିଟି ସମ୍ପାଦକ ହରିଶ୍ଚନ୍ଦ୍ର ମହାରଣା, ରଜତ ମହାନ୍ତି, ବିଜୟ ମହାନ୍ତି, ଶରତ ଚନ୍ଦ୍ର ସାହୁ, ଚନ୍ଦ୍ରଶେଖର ପରିଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri