ଘର ଉଚ୍ଛେଦ ବେଳେ ବିଷ ପିଇଦେଲେ ମହିଳା

ହାଟଡିହୀ,୧୧l୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ତହସିଲ ଅଧୀନ ଗେଡ଼ମା ପଞ୍ଚାୟତ ଜଳସରପୁର ଗ୍ରାମରେ ଏକ ସରକାରୀ ଜମିରେ ହୋଇଥିବା ଆବାସ ଘର ଉଚ୍ଛେଦ ବେଳେ ଅଭାବନୀୟ ଘଟଣା ଘଟିଛି। ଉଚ୍ଛେଦକୁ ବିରୋଧ କରି ଜଣେ ମହିଳା(ଘର ମାଲିକ) ବିଷ ପିଇ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଗ୍ରାମର ପ୍ରେମଲତା ନାୟକଙ୍କ ଜମି ସମ୍ମୁଖରେ ଥିବା ସରକାରୀ ଜାଗା (ଖାତା ନଂ. ୪୧୫ ଏବଂ ପ୍ଲଟ ନଂ. ୧୧୭୧)କୁ ଗ୍ରାମର ରଞ୍ଜନ ଧଳ ଜବରଦଖଲ କରିଥିଲେ। ଫଳରେ ପ୍ରେମଲତା ନିଜ ଜମିକୁ ଯିବା ଆସିବା କରିବାରେ ବ୍ୟାଘାତ ସୃଷ୍ଟି ହେଉଥିଲା। ଏ ବାବଦରେ ପ୍ରେମଲତା ୨୦୨୩ରେ ଥାନା ଓ ବ୍ଲକ୍‌ ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ। କୌଣସି ପଦକ୍ଷେପ ନିଆ ନ ଯିବାରୁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କେସ ନଂ. ଡବ୍ଲ୍ୟୁ.ପି.(ସି)୧୯୬୬୯/୨୦୨୩ର ଶୁଣାଣି କରି ଏକ ଫାଇନାଲ ଅର୍ଡର ପାସ କରିବା ପାଇଁ ହାଇକୋର୍ଟ ହାଟଡ଼ିହୀ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏନେଇ ଗୁରୁବାର ତହସିଲ କର୍ମଚାରୀ ଏବଂ ନନ୍ଦିପଦା ପୋଲିସ ଉପସ୍ଥିତିରେ ରଞ୍ଜନଙ୍କ ଗୃହ ଉଚ୍ଛେଦ କରାଯାଇଥିଲା। ଏହି ସମୟରେ ରଞ୍ଜନଙ୍କ ସ୍ତ୍ରୀ କନକଲତା ବିଷ ପିଇ ଦେଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ପ୍ରଥମେ ଶାଳନିଆ ସିଏଚ୍‌ସି ଏବଂ ପରେ ଭଦ୍ରକ ମେଡିକାଲ ନିଆଯାଇଛି।

ସୂଚନା ଯୋଗ୍ୟ, କନକଲତା ସରକାରୀ ଜମିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଏକ ଗୃହ ନିର୍ମାଣ କରି ଦୀର୍ଘ ବର୍ଷ ହେବ ପରିବାର ସହ ବସବାସ କରୁଥିଲେ। ଏନେଇ ନନ୍ଦିପଦା ଥାନା ଅଧିକାରୀ ରବିନ୍ଦ୍ର କୁମାର ପାତ୍ର କହିଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଗୃହ ଉଚ୍ଛେଦ କରାଯାଇଥିଲା। ସେହି ସମୟରେ ମହିଳା ଜଣଙ୍କ ବିଷ ପିଇଦେଇଥିଲେ। ତାଙ୍କୁ ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri