ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର ପୋଲିସ ଉଦ୍ଧାର କରିଛି । ମହିଳା ଜଣକ ହଞ୍ଜରପେଣ୍ଠ ଗ୍ରାମର ଗୌରୀମଣି ପାଙ୍ଗି (୫୯) ବୋଲି ପରିଚୟ ମିଳିଛି । ମୃତଦେହ ଉଦ୍ଧାର ସ୍ଥଳ ପାଡୁଆ ଥାନା କ୍ଷେତ୍ର ଅଞ୍ଚଳର ହୋଇଥିବାରୁ ନନ୍ଦପୁର ପୋଲିସ ଥାନାଧିକାରୀ ତ୍ରିନାଥ ତୋଟା ପାଡିଆ ପାଡୁଆ ଥାନା ଅଧିକାରୀ ଟୁନା ପିଡିକାଙ୍କୁ ସୂଚନା ଦେଇ ମୃତଶରୀର ହସ୍ତାନ୍ତର କରିଛନ୍ତି ।

ପାଡୁଆ ଥାନା ଏସଆଇ ସୁରେନ୍ଦ୍ର ସେଠୀ ଘଟଣାସ୍ଥଳରେ ପହଞ୍ଚି ଶବ ବ୍ୟବଚ୍ଛେଦ ଲାଗି ନନ୍ଦପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣି ଶବଗୃହରେ ସୁରକ୍ଷିତ ରଖିଛନ୍ତି । ମୃତକଙ୍କ ସ୍ୱାମୀ ସହଦେବ ପାଙ୍ଗିଙ୍କ ଏତଲା କ୍ରମେ ପାଡୁଆ ଥାନା ଅପମୃତ୍ୟୁ କେସ ନଂ ୨/୨୦୨୬ ପ୍ରକାରେ ମାମଲା ରୁଜୁ କରି ଏସଆଇ ସେଠୀ ତଦନ୍ତ କରୁଛନ୍ତି । ଏତଲା ଓ ପ୍ରାଥମିକ ତଦନ୍ତରୁ ଶୌଚ ହେବାକୁ ଆସି ମହିଳା ଜଣକ ପାଣିରେ ବୁଡି ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ସୋମବାର ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ଏସଆଇ ସେଠୀ ସୂଚନା ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍‌କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା।…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ

କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri