ନଦୀକୁ ଗାଧୋଇବାକୁ ଯାଇ ହଠାତ୍‌ ବୁଡ଼ିଗଲେ ମହିଳା: ଆଉ ତା’ପରେ..

ଦିଗପହଣ୍ଡି,୨୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ଅଭାନୀୟ ଘଟଣା ଘଟିଛି। ଗାଧୋଇବାକୁ ଯାଇ ନଦୀରେ ବୁଡ଼ି ମହିଳାଙ୍କ ଜୀବନ ଯାଇଛି। ଜଲମେରୀପଲ୍ଲୀ ଗାଁ ଘୋଡ଼ାହାଡ଼ ନଦୀ ଘାଟରେ ଏହି ଘଟଣା ଘଟିଛି। ସ୍ଥାନୀୟ ଲୋକ ଓ ଅଗ୍ନିଶମ ଟିମ ମହିଳାଙ୍କୁ ଉଦ୍ଧାର ଦିଗପହଣ୍ଡି ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।
ସୂଚନାଯୋଗ୍ୟ, ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ଲକ୍ଷ୍ମୀ ପ୍ରଧାନ(୭୦) ନାମ୍ନୀ ଜଣେ ବୃଦ୍ଧା ଜଣକ ଘରେ କାର୍ତ୍ତିକ ବ୍ରତ ପୂଜା ସାରି ସକାଳ ପ୍ରାୟ ୮ ଟାରେ କିଛି ପୂଜା ସାମଗ୍ରୀ ନଦୀକୁ ଫୋପାଡିବାକୁ ଯାଇଥିଲେ। ନଦୀପାଣିରେ ପୂଜା ସାମଗ୍ରୀ ଫୋପାଡି ଗାଧୋଉଥିବାବେଳେ ଅସାବଧାନତା କାରଣରୁ ନଦୀର ଗଭୀର ସ୍ରୋତରେ ଭାସି ଯାଇଥିଲେ। ଆଖପାଖରେ ଥିବା କିଛି ବ୍ୟକ୍ତି ତାଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟାକରି ବିଫଳ ହେବା ପରେ ଦିଗପହଣ୍ଡି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ବୃନ୍ଦ ଘଟଣାସ୍ଥଳରେ ପହଞ୍ଚି ବହୁ ସମୟ ଖୋଜାଖୋଜି କରିବା ପରେ ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରସ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥଲେ। ପରିବାର ଲୋକେ ତାଙ୍କୁ ଘରକୁ ନେଇ ଗାଁ ଶ୍ମଶାନରେ ଅନ୍ତିମ ସଂସ୍କାର କରିଦେଇଥିବା ଜଣାପଡିଛି। ଏନେଇ ଥାନାରେ କୌଣସି ଏତଲା ହୋଇ ନ ଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri