ବିଦ୍ୟୁତ ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ: ଗର୍ଭଣା ଗ୍ରାମରେ ଉତ୍ତେଜନା, ମିଳିବ ୪ ଲକ୍ଷ ଟଙ୍କାର ସହାୟତା

ଭେଡେନ, ୧୧।୭ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଗର୍ଭଣା ଗ୍ରାମରେ ଶନିବାର ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଉଛନ୍ତି ସେହି ଗ୍ରାମର ଅଯୋଧ୍ୟା ବଢେଇ।

ସୂଚନା ଅନୁଯାୟୀ, ଅଯୋଧ୍ୟା ତାଙ୍କ ବାଡ଼ି ପଟେ ଥିବା ସମୟରେ ସେଠାରେ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ କାଦୋବାହାଲସ୍ଥିତ ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ତେବେ ସ୍ୱାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଂକଟାପନ୍ନ ଥିବାରୁ ତାଙ୍କୁ ବୁର୍ଲା ଭୀମସାର୍‌କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

ମହିଳାଙ୍କ ମୃତ୍ୟୁ ଖବର ପ୍ରସାରିତ ହେବା ପରେ ଗର୍ଭଣା ଗ୍ରାମରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇ ଭେଡେନ ଥାନା ଏଏସ୍‌ଆଇ ଟଙ୍କଧର ବରିହା ଏବଂ ଖୁଣ୍ଟୁଲିପାଲି ବିଦ୍ୟୁତ ବିଭାଗ ଗ୍ରୀଡ୍ କନିଷ୍ଠ ଯନ୍ତ୍ରୀ ଅମିତ କୁମାର ଲେଙ୍କା ଗ୍ରାମରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ।

ସରକାରୀ ନିୟମ ଅନୁଯାୟୀ ମୃତକଙ୍କ ପରିବାରକୁ ଉପଯୁକ୍ତ ଅନୁକମ୍ପାମୂଳକ ସହାୟତା ରାଶି ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଏ ସମ୍ପର୍କରେ ଭେଡେନ ବିଦ୍ୟୁତ ବିଭାଗ ଏସ.ଡି.ଓ ପ୍ରଦୀପ୍ତ କୁମାର ଷଡ଼ଙ୍ଗୀ କହିଛନ୍ତି ଯେ, ସମସ୍ତ ଆବଶ୍ୟକୀୟ କାଗଜପତ୍ର ମିଳିବା ପରେ ତାହାକୁ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟକୁ ପଠାଯିବ। ଅର୍ଥ ମଞ୍ଜୁର ହେବା ପରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri