ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର ଏସ.ଉଜ୍ଜଳ ରେଡ୍ଡୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। କେସ୍‌ ନଂ.୫୧/୨୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ମଙ୍ଗଳବାର ପୂର୍ବାହ୍ନରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସସ୍ମିତାଙ୍କ ସହ ପଡ଼ୋଶୀ ଏସ.ଶ୍ରୀଦେବୀଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଏହା ଉଗ୍ରରୂପ ନେଇଥିଲା। ଶ୍ରୀଦେବୀ ସସ୍ମିତାଙ୍କୁ ଗାଳିଗୁଲଜ କରି ଟଣାଓଟରା କରିଥିଲେ। ପରେ ଶ୍ରୀଦେବୀଙ୍କ ସ୍ବାମୀ ସେଠାକୁ ଆସି ଏକ ଠେଙ୍ଗାରେ ସସ୍ମିତାଙ୍କ ମୁଣ୍ଡକୁ ପ୍ରହାର କରିଥିଲେ। ସସ୍ମିତାଙ୍କୁ ପରିବାର ଲୋକେ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସସ୍ମିତା ରାତି ସାଢ଼େ ୯ ଟାରେ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ ପାତ୍ର ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏସ୍‌.ଆଇ ସୋଫିଆ ମିଶ୍ର ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଅଭିଯୁକ୍ତଙ୍କ ନିକଟରୁ ଆକ୍ରମଣରେ ବ୍ୟବହୃତ ଠେଙ୍ଗା ଜବତ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ: ୭ ଉପଜିଲାପାଳ ନିଯୁକ୍ତ, ଜାଣନ୍ତୁ କିଏ କେଉଁଠିକୁ ଗଲେ…

ଭୁବନେଶ୍ୱର,୩୦।୩(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ରବିବାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ,…

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri