ରାସ୍ତାରେ ଅଚେତ୍‌ ହୋଇ ପଡ଼ିଥିଲେ ମହିଳା, ଦେଖିକି ମୁଖ୍ୟମନ୍ତ୍ରୀ ବସ୍‌ ଚାଳକ, କଣ୍ଡକ୍ଟର କଲେ ଏମିତି କାମ

ନନ୍ଦପୁର, ୨୫।୫(ତୁଷାର କାନ୍ତ ମହାନ୍ତି ): ଲମତାପୁଟ-ଟିକରପଡ଼ା ମୁଖ୍ୟମନ୍ତ୍ରୀ ବସ୍‌ରେ କାର୍ଯ୍ୟରତ ଚାଳକ, କଣ୍ଡକ୍ଟର ସୋମବାର ପୂର୍ବାହ୍ନରେ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଜଣେ ମହିଳାଙ୍କୁ ଉଦ୍ଧାର କରି ବସ୍‌ରେ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ଚିକିତ୍ସାରେ ସହାୟତା କରିଛନ୍ତି। ମହିଳା ଜଣକ ବନମାଳୀପୁଟ ପଞ୍ଚାୟତ କଟକାର ଗ୍ରାମର ତୁଳା ଖରା (୪୨) ବୋଲି ପରିଚୟ ମିଳିଛି। ବସ୍‌ କର୍ମଚାରୀଙ୍କ ସୂଚନା ମୁତାବକ ବସ୍‌ଟି ଟିକରପଡ଼ାରୁ ଲମତାପୁଟ ଫେରୁଥିବା ବେଳେ ଗାଦିଆ ଝୋଲା ମୋଡ ନିକଟରେ ମହିଳା ଜଣଙ୍କ କୌଣସି କାରଣରୁ ରାସ୍ତା କଡ଼ରେ ଅଚେତ୍‌ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ବସ୍‌ରେ ଥିବା ଯାତ୍ରୀଙ୍କ ସହାୟତାରେ ତାଙ୍କୁ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ବୋଲି ସୂଚନା ଦେଇଛନ୍ତି। ଚିକିତ୍ସା ପରେ ମହିଳା ଜଣକ ସୁସ୍ଥ ଥିବା ଓ ତାଙ୍କୁ ଅଧିକ ଚିକିତ୍ସା ଲାଗି କୋରାପୁଟ ଏସଏଲଏନସି ଯିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। କିନ୍ତୁ ସେ ଅନ୍ୟଦିନେ କୋରାପୁଟ ଯିବି କହି ପରିଜନଙ୍କ ସହ ଗ୍ରାମକୁ ଫେରି ଯାଇଥିବା ସୂଚନା ମିଳିଛି। ବସ୍‌ ଚାଳକ ରମେଶ ଖରା ଓ କଣ୍ଡକ୍ଟର ଶୁକ୍ଲଦେବ ଗତନଙ୍କ ଏଭଳି ସହାୟତା କାର୍ଯ୍ୟପାଇଁ ଉପସ୍ଥିତ ଡାକ୍ତର, ବସ୍‌ ଯାତ୍ରୀ, ସ୍ଥାନୀୟ ବୁଦ୍ଧିଜୀବୀ ବେଶ୍‌ ପ୍ରଶଂସା କରିଛନ୍ତି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?