Posted inଫୁରସତ

ଟୋଲ୍‌ ପ୍ଲାଜା କର୍ମଚାରୀଙ୍କ ସହ ମହିଳାଙ୍କ ଘମାଘୋଟ ଲଢ଼େଇ, କେଶ ଟାଣି ଦୁହେଁ ଦୁହିଁଙ୍କୁ ପିଟିଲେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ନାଶିକର ପିମ୍ପଲଗାଁ ଟୋଲ ପ୍ଲାଜାରେ ଦୁଇ ମହିଳାଙ୍କ ମଧ୍ୟରେ ହେଉଥିବା ଝଗଡ଼ା ଦେଖିବାକୁ ମିଳୁଛି। ସେମାନଙ୍କ ମଧ୍ୟରୁ ଜଣେ ଟୋଲ ପ୍ଲାଜାର କର୍ମଚାରୀ ଥିବାବେଳେ ଅନ୍ୟ ଜଣେ ଯାତ୍ରୀ ଥିବା ଜଣାପଡିଛି। ଭିଡିଓରେ ଦୁହେଁ ପରସ୍ପରର କେଶ ଧରି ଟଣା ଓଟରା ଓ ମାରପିଟ୍‌ ହେଉଛନ୍ତି। ଉପସ୍ଥିତ ଲୋକେ ଉଭୟଙ୍କୁ ଅଟକାଇବାକୁ ଚେଷ୍ଟା କରି ସୁଦ୍ଧା ପାରୁ ନାହାନ୍ତି। ତେବେ କେଉଁ କାରଣ ପାଇଁ ଉଭୟଙ୍କ ମଧ୍ୟରେ ଏଭଳି ଯୁଦ୍ଧ ଲାଗିଛି ତାହା ଜଣାପଡ଼ି ନାହିଁ।
ଭିଡିଓରେ ଦୁଇଜଣ ଶାଢ଼ୀ ପିନ୍ଧିଥିବା ମହିଳା ପରସ୍ପରକୁ ଦୁର୍ବ୍ୟବହାର କରିବା ଦେଖାଯାଇଛି। ମରାଠୀରେ ଚାଲିଥିବା ବିତର୍କ ମଧ୍ୟରେ ସେମାନଙ୍କ ମଧ୍ୟରୁ ଜଣେ ଶାଢ଼ୀ ଚିରିଦେବାକୁ ଧମକ ଦେଉଥିବା ଶୁଣିବାକୁ ମିଳିଛି। ଭିଡିଓ ଶେଷରେ ମହିଳା ହସ୍ତକ୍ଷେପ କରି ଉଭୟଙ୍କ ଝଗଡ଼ା ଭାଙ୍ଗୁଥିବା ନଜର ଆସିଛି। ଭିଡିଓକୁ ରାଜ୍‌ ମାଝି ନାମକ ଏକ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରାଯାଇଛି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri