ଅଙ୍ଗଦାନ କରି ଚର୍ଚ୍ଚାରେ ଦୁର୍ଗମ ଅଞ୍ଚଳର ମହିଳା ‘ଅବଳା’,ଦିଆଗଲା ଗାର୍ଡ ଅଫ୍‌ ଅନର୍‌…

ମୋହନା,୧ା୧୧(ମନ୍ମଥ ମିଶ୍ର)- ଗଜପତି ଜିଲା ମୋହନା ବ୍ଲକରେ ଅଙ୍ଗଦାନ କରି ଜଣେ ମହିଳା ଚର୍ଚ୍ଚାକୁ ଆସିଛନ୍ତି। ସେ ହେଲେ ଖାରିଗୁମ୍ମା ଗାଁର ଅବଳା। ଖବରରୁ ଜଣାପଡିଛି, ଗତ ରବିବାର ଅବଳା ଆର ଉଦୟଗିରି ବ୍ଲକ ଛେଳିଗଡ଼ ଗାଁକୁ ତାଙ୍କର ଜଣେ ସମ୍ପର୍କୀୟଙ୍କ ସହ ବାଇକ୍‌ରେ ଯାଉଥିବା ବେଳେ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ଛେଳିଗଡ଼, ପରେ ଚନ୍ଦ୍ରଗିରି ଡାକ୍ତରଖାନାରେ ଚିକିତ୍ସା କରାଯାଇଥିଲା। ଅବସ୍ଥାରେ ସୁଧାର ନ ଆସିବାରୁ ବ୍ରହ୍ମପୁର ମେଡିକାଲ ଏବଂ ପରେ ଭୁବନେଶ୍ୱରସ୍ଥିତ ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ଅବଳାଙ୍କ ବ୍ରେନ ଡେଡ୍‌ ଘୋଷଣା କରିଥିଲେ। ପରେ ପରିବାର ଲୋକେ ତାଙ୍କୁ ଉତ୍କଳ ହସ୍ପିଟାଲକୁ ନେଇଥିଲେ। ଅବଳା ଖୁବ କମ ଦିନ ବଞ୍ଚତ୍ବେ ବୋଲି ପରିବାର ଲୋକେ ଡାକ୍ତରଙ୍କ ନିକଟରୁ ଶୁଣି ଦୁଃଖରେ ଭାଙ୍ଗି ପଡିଥିଲେ। ଏହା ଜାଣି ଅବଳା ନିଜ ଅଙ୍ଗଦାନ କରିବାକୁ ଆଗ୍ରହ ପ୍ରକାଶ କରିଥିଲେ। ଡାକ୍ତରଙ୍କୁ ଏନେଇ ଜଣାଇବା ପରେ ସମସ୍ତ ବ୍ୟବସ୍ଥା ପରେ ଅବଳା ତାଙ୍କ କିଡ଼ନୀ ଓ ଫୁସଫୁସ ଦାନ କରିଥିତ୍ଲେ। ଶନିବାର ଅବଳାଙ୍କ ମୃତଦେହ ଗାଁକୁ ଆସିବା ପରେ ମୋହନା ଥାନା ଅଧିକାରୀ ବସନ୍ତ ସେଠୀ ଓ ଟିମ ସହ ପୋଲିସ ବିଭାଗ ପକ୍ଷରୁ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରି ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri