ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ କହିଛନ୍ତି ଯେ, ସେ ବିଳମ୍ବିତ ରାତିରେ କାମରୁ ଘରକୁ ଫେରୁଥିଲେ। ସେ ରାସ୍ତାକଡ଼ରେ ଠିଆ ହୋଇଥିବା ଜଣେ ଯୁବକଙ୍କୁ ସମୟ ପଚାରିଥିଲେ, କିନ୍ତୁ କିଛି ସେକେଣ୍ଡ ମଧ୍ୟରେ ତାଙ୍କ ଜୀବନ ଭୟ ଏବଂ ଯନ୍ତ୍ରଣାରେ ପୂର୍ଣ୍ଣ ହୋଇଗଲା।

ମହିଳାଙ୍କ କହିବା ଅନୁଯାୟୀ, ଯୁବକ ଜଣକ ତାଙ୍କୁ ଜୋରଜବରଦସ୍ତି ବସ୍‌ ଭିତରକୁ ଟାଣି ନେଇଥିଲେ। ଆହୁରି ଅନେକ ଲୋକ ପୂର୍ବରୁ ଏଥିରେ ଥିଲେ। ତା’ପରେ ତାଙ୍କୁ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଚଳନ୍ତା ବସ୍‌ରେ ନିର୍ମମ ଭାବରେ ଆକ୍ରମଣ କରାଯାଇଥିଲା।

ପୀଡ଼ିତା କହିଛନ୍ତି, ଘଟଣା ସମୟରେ, ବସ୍‌ଟି ନାଙ୍ଗଲୋଇ ପହଞ୍ଚିବା ପର୍ଯ୍ୟନ୍ତ ସେହି ଅଞ୍ଚଳରେ ଘୂରି ବୁଲୁଛି। ସେ ସାହାଯ୍ୟ ପାଇଁ ଚିତ୍କାର କରି ଚାଲିଥିଲେ, କିନ୍ତୁ ଅଭିଯୁକ୍ତମାନେ ତାଙ୍କୁ ଅଣଦେଖା କରିଥିଲେ। ସେମାନେ ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ।

ପ୍ରାୟ ଦୁଇ ଘଣ୍ଟା ପରେ, ଅଭିଯୁକ୍ତ ପୀଡ଼ିତାଙ୍କୁ ରାସ୍ତାରେ ଛାଡ଼ି ପଳାଇ ଯାଇଥିଲେ। ଏହା ପରେ ମହିଳା ଜଣକ ଘଟଣା ବିଷୟରେ ପୋଲିସକୁ ଜଣାଇଥିଲେ।

ସୂଚନା ପାଇବା ପରେ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ଡାକ୍ତରଖାନା ନେଇଥିଲା। ସେଠାରେ ଡାକ୍ତରୀ ପରୀକ୍ଷାରେ ବଳାତ୍କାରର ସତ୍ୟାସତ୍ୟ ପ୍ରମାଣିତ ହୋଇଛି। ପୋଲିସ ଘଟଣାରେ ବ୍ୟବହୃତ ସ୍ଲିପର ବସ୍‌ ଜବତ କରିଛି। ଅଭିଯୁକ୍ତଙ୍କୁ ଚିହ୍ନଟ କରିବା ପାଇଁ ଅଞ୍ଚଳର ସିସିଟିଭି ଫୁଟେଜ୍‌ ମଧ୍ୟ ଯାଞ୍ଚ କରାଯାଉଛି।

ପୋଲିସ କହିଛି, ଅଭିଯୁକ୍ତଙ୍କୁ ଖୋଜିବା ପାଇଁ ଅନେକ ଦଳ ନିୟୋଜିତ କରାଯାଇଛି ଏବଂ ଖିୁବ୍‌ଶୀଘ୍ର ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ। ପୀଡ଼ିତା ପିତାମପୁରାର ବସ୍ତିରେ ରୁହନ୍ତି ଏବଂ ମଙ୍ଗୋଲପୁରୀର ଏକ କାରଖାନାରେ କାମ କରନ୍ତି। ସେ ପୋଲିସକୁ କହିଥିଲେ ଯେ, ତାଙ୍କ ସ୍ବାମୀ ଅସୁସ୍ଥ ଅଛନ୍ତି ଏବଂ ସେ ଘରର ସମ୍ପୂର୍ଣ୍ଣ ଦାୟିତ୍ୱ ବହନ କରନ୍ତି। ତାଙ୍କର ତିନୋଟି ଛୋଟ ଝିଅ ଅଛନ୍ତି। ଏହି କାରଣରୁ ସେ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ମନା କରିଥିଲେ। ସେ କହିଥିଲେ ଯେ, ଯଦି ସେ କାମକୁ ନ ଯାଆନ୍ତି, ତେବେ ଘର ଚଳାଇବା କଷ୍ଟକର ହୋଇଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

ଖୁସି ଖବର ଦେଲେ କିଆରା ଆଡଭାନୀ, ଦେଢ଼ ବର୍ଷ ପରେ ପୁଣି ଥରେ ଶେୟାର କଲେ ଏମିତି ଖବର

ମୁମ୍ବାଇ: ବଲିଉଡର ବିୟୁଟି ଅଭିନେତ୍ରୀ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ଜୀବନରେ ପୁଣିଥରେ ଖୁସିର ଆଗମନ ହୋଇଛି। ଏହି ଦମ୍ପତି ନିଜ ପ୍ରଶଂସକଙ୍କ ସହ ଏକ…

ପ୍ରିୟଙ୍କା-ରାହୁଲଙ୍କ ବିରୋଧରେ FIR; ଲାଗିଲା ଗୁରୁତର ଅଭିଯୋଗ!

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆକାଶବାଣୀ ଭବନରେ…

କେବେ ଭାବି ନ ଥିଲି ଏମିତି ଦିନ ଆସିବ: ଭାବବିହ୍ବଳ ହୋଇପଡ଼ିଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର…

Chanakya Niti: ଜୀବନରେ ସଫଳତା ପାଇବାକୁ ହେଲେ ମାନନ୍ତୁ ଏହି ୩ ବଡ଼ କଥା…

ଆଚାର୍ଯ୍ୟ ଚାଣକ୍ୟଙ୍କ ‘ଚାଣକ୍ୟ ନୀତି’ରେ ମାନବ ସମାଜ, ବ୍ୟକ୍ତିଗତ ବ୍ୟବହାର, ଏବଂ ଜୀବନରେ ସଫଳତା ପାଇଁ ଅନେକ ବାସ୍ତବିକ ଉପଦେଶ ରହିଛି। ସେଥିମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଲା……

ପ୍ରଥମ T20I ଶତକ ପରେ ମନର କଥା ଖୋଲି କହିଦେଲେ ଶ୍ରେୟସ ଆୟର: କହିଲେ, ଏମିତି ଖେଳିଲେ…

ଲକ୍ଷ୍ନୌ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଅଧିନାୟକ ଶ୍ରେୟସ ଅୟରଙ୍କ ଧୂଆଁଧାର ଶତକ ବଳରେ ଭାରତ ୮ ଉଇକେଟ୍‌ରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

ତୁଳା ରାଶିରେ ସୂର୍ଯ୍ୟଙ୍କ ଚଳନ: ଅକ୍ଟୋବର ୧୭ରୁ ସତର୍କ ରୁହନ୍ତୁ ୩ ରାଶି! ପାଖରୁ ଚାଲିଯିବ ସବୁଟଙ୍କା

ତୁଳା ରାଶି ହେଉଛି ସୂର୍ଯ୍ୟ ଗ୍ରହଙ୍କ ନୀଚ ରାଶି। ସୂର୍ଯ୍ୟ ତୁଳାରେ ନୀଚ ହୋଇଥାନ୍ତି। ଏଭଳି ସ୍ଥିତିରେ ସୂର୍ଯ୍ୟଙ୍କର ଅନେକ ରାଶି ଉପରେ ଅଶୁଭ ପ୍ରଭାବ ପଡ଼ିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?