Posted inଜାତୀୟ

ହୋଟେଲରେ ମହିଳାଙ୍କୁ ଗଣବଳାତ୍କାର: ଭାଜପା ଓ୍ବାର୍ଡ ସାଧାରଣ ସମ୍ପାଦକଙ୍କ ସହ ସହଯୋଗୀ ଗିରଫ

ଅହମଦାବାଦ,୨୦ା୫: ଗୁଜରାଟର ସୁରଟ ସହରରେ ଜଣେ ୨୩ ବର୍ଷୀୟାଙ୍କୁ ପାନୀୟରେ ନିଶା ଦେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଭାଜପାର ଓ୍ବାର୍ଡ ସାଧାରଣ ସମ୍ପାଦକ ଆଦିତ୍ୟ ଉପାଧ୍ୟାୟ ଏହି ଅପରାଧର ମୁଖ୍ୟ ଅଭିଯୁକ୍ତ ଥିବା ଜଣାପଡ଼ିଛି। ଉପାଧ୍ୟାୟ ମହିଳାଙ୍କୁ ନିଶା ଦେଇ ସଂଜ୍ଞାହୀନ କରିବା ପରେ କାର୍‌ରେ ନେଇ ଏକ ହୋଟେଲକୁ ଯାଇଥିଲେ। ସେଠାରେ ତାଙ୍କ ସହଯୋଗୀ ଗୌରବ ସିଂ ଅପେକ୍ଷା କରିଥିଲେ। ଉଭୟ ମହିଳାଙ୍କୁ ମାଡ଼ ମାରିବା ସହ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।

ସଂଜ୍ଞା ଫେରିବା ପରେ ମହିଳା ତୁରନ୍ତ ପୋଲିସରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରିବା ସହ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଭାଜପା ତୁରନ୍ତ ଉପାଧ୍ୟାୟଙ୍କୁ ତାଙ୍କ ପଦବୀରୁ ନିଲମ୍ବନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଗ୍ୟାସ୍‌ ସଙ୍କଟ ମଧ୍ୟରେ ସରକାର ନେଲେ ବଡ଼ ପଦକ୍ଷେପ: ଏଣିକି ଅଧିକରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୨୫ା୩: ଏଲପିଜି ସଙ୍କଟ ମଧ୍ୟରେ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ଅଭାବର ଗୁଜବକୁ ମଧ୍ୟ ସ୍ପଷ୍ଟ କରାଯାଇଛି। ଲୋକଙ୍କୁ ଏଥିପ୍ରତି ଧ୍ୟାନ…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ଏଭଳି କାମ କଲେ ବନ୍ଦ ହେବ LPG ସପ୍ଲାଇ

ନୂଆଦିଲ୍ଲୀ,୨୫।୩:  କେନ୍ଦ୍ର ସରକାରଙ୍କ ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ଯେଉଁ ଅଞ୍ଚଳରେ ପାଇପ୍ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ ଉପଲବ୍ଧ, ସେଠାରେ ଗ୍ରାହକମାନେ PNG ବ୍ୟବହାର ନ…

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବାବେଳେ ଭାରତ ଆସିଲା ଗୁଡ୍‌ନ୍ୟୁଜ୍‌, ଶୁଣିଲେ ପାକିସ୍ତାନ-ଚାଇନାର ନିଦ ହଜିବ…

ନୂଆଦିଲ୍ଲୀ, ୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି। ବିଶ୍ୱ ପରିସ୍ଥିତି କ୍ରମାଗତ ଭାବରେ ଖରାପ ହେଉଛି,…

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଯୁଦ୍ଧ ବନ୍ଦ କରିବା ନେଇ ମୋଦିଙ୍କୁ କହିଦେଲା ଏମିତି…

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବଂ ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ତେହେରାନ ସଙ୍କେତ ଦେଇଛି ଯେ ଭାରତ ଏହି ସଂଘର୍ଷକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri