ଗର୍ଭବତୀ ହେବାର ୩ ଦିନ ପରେ ଶିଶୁକୁ ଜନ୍ମଦେଲେ ମହିଳା!

ମା’ ହେବାର ଅନୁଭୂତି ସବୁଠାରୁ ନିଆରା। ଏକ ଶିଶୁ ଜନ୍ମ ହେବା ପୂର୍ବରୁ ୯ ମାସ ମା’ ଗର୍ଭରେ ରହିଥାଏ। ଏହି ସମୟରେ ଶିଶୁର ଶରୀରର ସମସ୍ତ ଅଙ୍ଗ ବିକଶିତ ହୋଇଥାଏ। ୯ ମାସ ପରେ ସେ ମା’ ଗର୍ଭରୁ ବାହାରକୁ ଆସିଥାଏ। ଏହି ମସୟ ମଧ୍ୟରେ ମା’ ଶରୀରରେ ମଧ୍ୟ ଅନେକ ପରିବର୍ତ୍ତନ ହୋଇଥାଏ। କିନ୍ତୁ ଯୁକ୍ତରାଷ୍ଟ୍ର ଆମେରିକା ରହୁଥିବା ଜଣେ ମହିଳା ମାତ୍ର ୩ ଦିନରେ ଶିଶୁକୁ ଜନ୍ମ ଦେଇଛନ୍ତି। ପ୍ରକୃତ କଥା ହେଲା, ମହିଳାଜଣଙ୍କ ଶିଶୁକୁ ଜନ୍ମ ଦେବାର ୩ ଦିନ ପୂର୍ବରୁ ଜାଣିବାକୁ ପାଇଥିଲେ ଯେ, ସେ ଗର୍ଭବତୀ ଅଛନ୍ତି। ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି।


ମହିଳାଜଣଙ୍କ ହେଲେ ଷ୍ଟେସି ଷ୍ଟିଭେନ୍ସ(୩୦)। ର୍ଗବତୀ ଥିବା ସେ ଅନୁଭବ ମଧ୍ୟ କରିପାରି ନ ଥିଲେ ବୋଲି କହିଛନ୍ତି। ଶେଷ ସମୟରେ କେବଳ ତାଙ୍କ ପାଦ ଫୁଲିବାକୁ ଲାଗିଲା। ତେଣୁ ସେ ପରୀକ୍ଷା କରାଇବାରୁ ଗର୍ଭବତୀ ଥିବା ଜଣାପଡ଼ିଥିଲା। ଏହାର ୨ ଦିନ ପରେ ସେ ଘର ବାହାରେ ଥିବାବେଳେ ଲେବର ପେନ୍‌ ଆରମ୍ଭ ହୋଇଥିଲା। ଆମ୍ବୁଲାନ୍ସରେ ହସ୍ପିଟାଲ ନେବା ରାସ୍ତାରେ ସେ ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଥିଲେ।


ଏ ନେଇ ଷ୍ଟେସି କୁହନ୍ତି, ତାଙ୍କର କିଛିଟା ଓଜନ ବୃଦ୍ଧି ପାଇଥିଲା। କିନ୍ତୁ ଲକ୍‌ଡାଉନ୍‌ ଯୋଗୁ ଏପରି ହୋଇଥିବା ସେ ଭାବିଥିଲେ। ଗର୍ଭବତୀ ଥିବା ଜାଣିବାର ମାତ୍ର ୩ ଦିିନ ପରେ ସେ ଶିଶୁକୁ ଜନ୍ମ ଦେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri