Posted inଫୁରସତ

୪ ଗୋଡ ଥିବା ଶିଶୁକନ୍ୟା ଜନ୍ମ

ଗ୍ବାଲିଅର,୧୬।୧୨: ଯଦି ସୋସିଆଲ ମିଡିଆକୁ ଅଜବ ଜିନିଷର ଦୁନିଆ କୁହାଯାଏ, ତେବେ ଏହା ଭୁଲ ହେବ ନାହିଁ, ଏଠାରେ ଅନେକ ସମୟରେ ଏପରି କିଛି ଜିନିଷ ଦେଖିବାକୁ କିମ୍ବା ଶୁଣିବାକୁ ମିଳିଥାଏ ଯାହା ଆଶ୍ଚର୍ଯ୍ୟଜନକ। ଇତିମଧ୍ୟରେ ମଧ୍ୟପ୍ରଦେଶର ଗ୍ବାଲିଅରରୁ ଏକ ଘଟଣା ସାମ୍ନାକୁ ଆସିଛି,ଯାହାକୁ କେହି ବି ଶୁଣିଲେ ଆଶ୍ଚର୍ଯ୍ୟ ହୋଇଯିବେ।
ସିକନ୍ଦର କାମ୍ପୋ ଅଞ୍ଚଳରେ ରହୁଥିବା ଆରତୀ କୁଶୱା କମଳା ରାଜା ହସ୍ପିଟାଲରେ ଗୋଟିଏ କନ୍ୟା ସନ୍ତନାକୁ ଜନ୍ମ ଦେଇଛନ୍ତି। ତେବେ ସେ ଜନ୍ମ ଦେଇଥିବା ଶିଶୁକନ୍ୟାର ୪ଟି ଗୋଡ ଦେଖି ଡାକ୍ତରମାନେ ଆଶ୍ଚର୍ଯ୍ୟଚକିତ ହୋଇଯାଇଛନ୍ତି। ସେମାନେ ୪ ଗୋଡ ଶିଶୁକନ୍ୟା ଜନ୍ମ ହେବା ପରେ ଶିଶୁଟିର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ସୋସିଆଲ ମିଡିଆରେ ଏହି ଶିଶୁଟିର ଫଟୋ ଭାଇରାଲ ହେବାରେ ଲାଗିଛି। ଡାକ୍ତରଙ୍କ କହିବା ଅନୁଯାୟୀ, ବିଜ୍ଞାନ ଭାଷାରେ ଏହାକୁ ଆଇସିଓପେଗସ କୁହାଯାଏ। କିଛି ଭୃଣ ମାତୃ ଗର୍ଭରେ ଥିବା ସମୟରେ ବେଳେବେଳେ ଅତିରିକ୍ତ ବଢିଯାଇଥାଏ। ଫଳରେ ଆଇସିଓପେଗସର ସ୍ବୀକାର ହୋଇଥାନ୍ତି। ଏହା ବିରଳ ଅଟେ, ହଜାର ହଜାର କ୍ଷେତ୍ରରେ ଏହିପରି ଲକ୍ଷଣ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri