ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼ ଜିଲା ବାରକୋଟ ବ୍ଲକ କାଳିଆପାଳ ଗ୍ରାମରେ ରବିବାର ସକାଳୁ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବାରକୋଟ ବ୍ଲକରେ ଶନିବାର ରାତି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ କାଳିଆପାଳ ଗ୍ରାମ ନିକଟରେ ଥିବା ଟାଙ୍କୁଜୁରା ନାଳରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ପୋଲ ଉପରେ ପ୍ରାୟ ୩ ଫୁଟର ପାଣି ରହିଥିଲା। ଏହି ସମୟରେ କାଳିଆପାଳ ଗ୍ରାମର ସନ୍ତୋଷ ନାୟକଙ୍କ ସ୍ତ୍ରୀ ପଦ୍ମିନୀ ଶବରଙ୍କ ଗର୍ଭଯନ୍ତ୍ରଣା ଆରମ୍ଭ ହୋଇଥିବାରୁ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସକୁ ଡାକିଥିଲେ। ମାତ୍ର ପୋଲ ଉପରେ ପ୍ରାୟ ୩ ଫୁଟର ବନ୍ୟାପାଣି ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇ ନ ପାରି ଅଧା ରାସ୍ତାରେ ଅଟକି ରହିଥିଲା। ଫଳରେ ଏକ ଅଟୋ ରିକ୍ସା ସାହାଯ୍ୟରେ ଗର୍ଭବତୀ ମହିଳାଙ୍କୁ ପୋଲର ଅପରପାର୍ଶ୍ୱକୁ ଅଣାଯାଇଥିବା ବେଳେ ପରିବାର ଲୋକେ ଏବଂ ସମ୍ପର୍କୀୟ ତାଙ୍କୁ କାନ୍ଧରେ ବୋହି ନାଳ ଅତିକ୍ରମ କରିଥିଲେ। ଏଭଳି ସମସ୍ୟା ଯୋଗୁ ଗର୍ଭବତୀ ମହିଳା ଠିକ୍‌ ସମୟରେ ଡାକ୍ତରଖାନାରେ ପହଞ୍ଚି ପାରି ନ ଥିଲେ।

ଅନ୍ୟପଟେ ମହିଳାଙ୍କୁ ଆମ୍ବୁଲାନ୍ସରେ ନିଆଯାଉଥିବା ବେଳେ ଆମ୍ବୁଲାନ୍ସ ଭିତରେ ସେ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ପରେ ୧୦୮ ଆମ୍ବୁଲାନ୍ସର ଇଏମଟି କେଦାର ସାହୁ, ଚାଳକ ଗୌତମ ପ୍ରଧାନ ଏବଂ ସହଯୋଗୀ ସିପୁନ ସାହୁଙ୍କ ସହାୟତାରେ ପ୍ରସୂତି ମହିଳା ଏବଂ ନବଜାତ ଶିଶୁପୁତ୍ରକୁ ସୁରକ୍ଷିତ ଭାବେ ବାରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିବା ବେଳେ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ବାଭାବିକ ଥିବା ଜଣାପଡ଼ିଛି। ତେବେ ପୋଲ ଉପରେ ବନ୍ୟାଜଳ ପ୍ରବାହିତ କେବଳ ଆଜିର ସମସ୍ୟା ନୁହେଁ। ପ୍ରତିବର୍ଷ ବର୍ଷା ଆସିଲେ ଲୋକେ ଏଭଳି ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ଏହାର ସ୍ଥାୟୀ ସମାଧାନ ପାଇଁ ବିଭାଗୀୟ କର୍ତ୍ତୃପକ୍ଷ
ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?