Posted inଜାତୀୟ

ୟୁପି ରାଜଭବନ ଆଗରେ ପ୍ରସବ କଲେ ମହିଳା

ଲକ୍ଷ୍ନୌ,୧୪ା୮ : ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବୁଲାନ୍ସ ପହଞ୍ଚତ୍ବାରେ ବିଳମ୍ବ ହେବାରୁ ଜଣେ ଗର୍ଭବତୀ ମହିଳା ରାଜଭବନ ଗେଟ୍‌ ବାହାରେ ରାସ୍ତାରେ ସନ୍ତାନ ଜନ୍ମ ଦେବାକୁ ବାଧ୍ୟ ହୋଇଛନ୍ତି। ଏଥିସହ ନବଜାତ ଶିଶୁଟିର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ନେଇ ପ୍ରଶ୍ନ ଉଠିଛି। ଡାକ୍ତରୀ ସହାୟତାରେ ବିଳମ୍ବ ଯୋଗୁ ସାଧାରଣ ନାଗରିକ କିଭଳି ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ରବିବାରର ଘଟଣା ଏହାର ସ୍ପଷ୍ଟ ଚିତ୍ର ଦର୍ଶାଉଛି। ହସ୍ପିଟାଲକୁ ଜଣାଇବା ସତ୍ତ୍ୱେ ଆମ୍ବୁଲାନ୍ସ ପହଞ୍ଚତ୍ ନ ପାରିବାରୁ ମହିଳାଙ୍କ ଗର୍ଭ ଯନ୍ତ୍ରଣା ବହୁତ ବଢ଼ିଯାଇଥିଲା। ରାଜଭବନ ସମ୍ମୁଖ ରାସ୍ତାରେ ସେ ଛଟପଟ ହେଉଥିବାବେଳେ ସେହି ବାଟ ଦେଇ ଯାଉଥିବା ମହିଳା ଯାତ୍ରୀମାନେ ତାଙ୍କୁ ସହାୟତା କରିବାକୁ ଆଗେଇ ଆସିଥିଲେ। ସେମାନେ କପଡ଼ା ଢାଙ୍କି ମହିଳାଙ୍କୁ ପ୍ରସବ କରାଇଥିଲେ। ଘଟଣା ସମ୍ପର୍କରେ ଜାଣିବା ପରେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବ୍ରଜେଶ ପାଠକ ଏହାକୁ ଗୁରୁତର ସହ ନେବା ସହିତ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
ମହିଳା ଜଣକ ୪.୫ ମାସର ଗର୍ଭବତୀ ଥିଲେ। ଗର୍ଭ ଯନ୍ତ୍ରଣା ହେବାରୁ ତାଙ୍କୁ ରିକ୍ସାରେ ହସ୍ପିଟାଲ ନିଆଯାଉଥିବାବେଳେ ରାଜଭବନର ୧୩ ନମ୍ବର ଗେଟ୍‌ ସମ୍ମୁଖ ରାସ୍ତା ପାର୍ଶ୍ୱରେ ସନ୍ତାନ ପ୍ରସବ କରିଥିଲେ। ଶିଶୁକୁ ମୃତ ଅବସ୍ଥାରେ ହସ୍ପିଟାଲ ଅଣାଯାଇଥିଲା ବୋଲି ଡାକ୍ତର କହିଛନ୍ତି। ଶିଶୁକୁ ବୀରାଙ୍ଗାନ ଝଲକରି ବାଈ ମହିଳା ଓ ଶିଶୁ ହସ୍ପିଟାଲକୁ ନିଆଯାଇଥିଲା। ମୃତ ଘୋଷଣା ପରେ ଶିଶୁକୁ ଲକ୍ଷ୍ନୌର ବୈକୁଣ୍ଠ ଧାମ୍‌ରେ ସମାଧି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri