Posted inଜାତୀୟ

ୟୁପି ରାଜଭବନ ଆଗରେ ପ୍ରସବ କଲେ ମହିଳା

ଲକ୍ଷ୍ନୌ,୧୪ା୮ : ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବୁଲାନ୍ସ ପହଞ୍ଚତ୍ବାରେ ବିଳମ୍ବ ହେବାରୁ ଜଣେ ଗର୍ଭବତୀ ମହିଳା ରାଜଭବନ ଗେଟ୍‌ ବାହାରେ ରାସ୍ତାରେ ସନ୍ତାନ ଜନ୍ମ ଦେବାକୁ ବାଧ୍ୟ ହୋଇଛନ୍ତି। ଏଥିସହ ନବଜାତ ଶିଶୁଟିର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ରାଜ୍ୟର ସ୍ବାସ୍ଥ୍ୟସେବା ଭିତ୍ତିଭୂମିକୁ ନେଇ ପ୍ରଶ୍ନ ଉଠିଛି। ଡାକ୍ତରୀ ସହାୟତାରେ ବିଳମ୍ବ ଯୋଗୁ ସାଧାରଣ ନାଗରିକ କିଭଳି ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ରବିବାରର ଘଟଣା ଏହାର ସ୍ପଷ୍ଟ ଚିତ୍ର ଦର୍ଶାଉଛି। ହସ୍ପିଟାଲକୁ ଜଣାଇବା ସତ୍ତ୍ୱେ ଆମ୍ବୁଲାନ୍ସ ପହଞ୍ଚତ୍ ନ ପାରିବାରୁ ମହିଳାଙ୍କ ଗର୍ଭ ଯନ୍ତ୍ରଣା ବହୁତ ବଢ଼ିଯାଇଥିଲା। ରାଜଭବନ ସମ୍ମୁଖ ରାସ୍ତାରେ ସେ ଛଟପଟ ହେଉଥିବାବେଳେ ସେହି ବାଟ ଦେଇ ଯାଉଥିବା ମହିଳା ଯାତ୍ରୀମାନେ ତାଙ୍କୁ ସହାୟତା କରିବାକୁ ଆଗେଇ ଆସିଥିଲେ। ସେମାନେ କପଡ଼ା ଢାଙ୍କି ମହିଳାଙ୍କୁ ପ୍ରସବ କରାଇଥିଲେ। ଘଟଣା ସମ୍ପର୍କରେ ଜାଣିବା ପରେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବ୍ରଜେଶ ପାଠକ ଏହାକୁ ଗୁରୁତର ସହ ନେବା ସହିତ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।
ମହିଳା ଜଣକ ୪.୫ ମାସର ଗର୍ଭବତୀ ଥିଲେ। ଗର୍ଭ ଯନ୍ତ୍ରଣା ହେବାରୁ ତାଙ୍କୁ ରିକ୍ସାରେ ହସ୍ପିଟାଲ ନିଆଯାଉଥିବାବେଳେ ରାଜଭବନର ୧୩ ନମ୍ବର ଗେଟ୍‌ ସମ୍ମୁଖ ରାସ୍ତା ପାର୍ଶ୍ୱରେ ସନ୍ତାନ ପ୍ରସବ କରିଥିଲେ। ଶିଶୁକୁ ମୃତ ଅବସ୍ଥାରେ ହସ୍ପିଟାଲ ଅଣାଯାଇଥିଲା ବୋଲି ଡାକ୍ତର କହିଛନ୍ତି। ଶିଶୁକୁ ବୀରାଙ୍ଗାନ ଝଲକରି ବାଈ ମହିଳା ଓ ଶିଶୁ ହସ୍ପିଟାଲକୁ ନିଆଯାଇଥିଲା। ମୃତ ଘୋଷଣା ପରେ ଶିଶୁକୁ ଲକ୍ଷ୍ନୌର ବୈକୁଣ୍ଠ ଧାମ୍‌ରେ ସମାଧି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ୍‌ର ସମନ

ନୂଆଦିଲ୍ଲୀ,୨୯ା୪: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସ...

ଭାଇରାଲ ହେଉଛି ଶାହାଙ୍କ ଫେକ୍‌ ଭିଡ଼ିଓ, ରେଭନ୍ଥ ରେଡ୍ଡୀଙ୍କୁ ସମନ ପଠାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯ା୪ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ...

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଅମିତ ଶାହଙ୍କ ହେଲିକପ୍ଟର

ନୂଆଦିଲ୍ଲୀ,୨୯।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ହେଲିକପ୍ଟର ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଯାଇଛି। ବିହାରର ବେଗୁସରାଇକୁ ଉଡ଼ାଣ ଭରୁଥିବାବେଳେ ହେଲିକପ୍ଟରଟି ଭାରସାମ୍ୟ ହରାଇଥିଲା। ତେବେ...

ସେମାନେ ମୋ ଗୃହମନ୍ତ୍ରୀଙ୍କୁ ଜେଲରେ ପୂରାଇଥିଲେ, ଏମିତି କାହିଁକି କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୯।୪: ୨୦୨୪ ଲୋକ ସଭା ନିର୍ବାଚନ ସମୟରେ ଦୁଇଟି ପର୍ଯ୍ୟାୟ ମତଦାନ ହୋଇସାରିଛି। ଏହି ସମୟରେ ଏକ ସ୍ବତନ୍ତ୍ର ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଭିଏମ,...

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri