Posted inଜାତୀୟ

ଟ୍ରେନ୍‌ରେ ମିଳିଲା ଡବଲ୍‌ ଖୁସି

ଲକ୍ଷ୍ନୌ,୯।୩: ଜଣେ ମହିଳାଙ୍କୁ ଟ୍ରେନରେ ଡବଲ୍‌ ଖୁସି ମିଳିଛି। ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍ପକ ଏକ୍ସପ୍ରେସରେ ମହିଳା ଜଣଙ୍କ ଯମଜ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଉଭୟ ଶିଶୁ ଏବଂ ମା’ ସୁସ୍ଥ ଅଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ହରଦା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜରୁରୀକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଟ୍ରେନ ହରଦାଠାରେ ଅଟକି ରହିଥିଲା। ଟ୍ରେନରେ ଉପସ୍ଥିତ ମହିଳାମାନଙ୍କ ସହାୟତାରେ ପ୍ରସବ ପାଇଁ ପ୍ରସ୍ତୁତି ଚାଲିଥିଲା।
ସୂଚନାନୁସାରେ, ପୂର୍ଣ୍ଣିମା କୁମାରୀ ୧୨୫୩୩ ଲକ୍ଷ୍ନୌ- ମୁମ୍ବାଇ ପୁଷ୍ପକ ଏକ୍ସପ୍ରେସ ଟ୍ରେନରେ ଝାନସିରୁ ମୁମ୍ବାଇ ଯାଉଥିଲେ। ତାଙ୍କ ସହ ସ୍ବାମୀ ଜିତେନ୍ଦ୍ର କୁମାର ମଧ୍ୟ ଥିଲେ। ହଠାତ୍‌ ପୂର୍ଣ୍ଣିମାଙ୍କ ପ୍ରସବ ବେଦନା ଆରମ୍ଭ ହୋଇଯାଇଥିଲା। ସଙ୍ଗେ ସଙ୍ଗେ ପାଖରେ ଥିବା କିଛି ମହିଳା ସେଠାରେ ପହଞ୍ଚିଲେ। ଏହି ଟ୍ରେନ ସିଧାସଳଖ ଇଟାରସି ଛାଡିବା ପରେ ଖଣ୍ଡୱା ଠାରେ ରହିବାର ଥିଲା। ଟିଟି ମୋବାଇଲରୁ ବାଣିଜି୍ୟକ ନିୟନ୍ତ୍ରଣକୁ ଏହି ସୂଚନା ଦେଇଥିଲେ। ଟ୍ରେନରେ ଉପସ୍ଥିତ ମହିଳାମାନଙ୍କ ସହାୟତାରେ, ପ୍ରସବ ଶେଷ କରିବା ପାଇଁ ପ୍ରସ୍ତୁତି ଚାଲିଥିଲା। କାନପୁରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରୁଥିବା ନୁର ଜାହାନ (୬୨) ସଫଳତାର ସହ ପ୍ରସବ କରିଥିଲେ ଏବଂ ଯାଆଁଳା ପୁଅ ଜନ୍ମ ହୋଇଥିବା ଜଣାଇଥିଲେ।
ଜରୁରୀକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି ରେଳ ପ୍ରଶାସନ ହରଦା ଷ୍ଟେଶନରେ ଟ୍ରେନକୁ ଅଟକାଇଥିଲା। ସେଠାରେ ପୂର୍ବରୁ ଡାକ୍ତର ଏବଂ ସେବାୟତଙ୍କ ଦଳ ଆମ୍ବୁଲାନ୍ସ ସହିତ ଉପସ୍ଥିତ ଥିଲେ। ଏହି କାରଣରୁ ଟ୍ରେନ ପ୍ରାୟ ଅଧ ଘଣ୍ଟା ଅଟକି ରହିଲା। କଷ୍ଟସାଧ୍ୟ ସମୟରେ ସେମାନଙ୍କ ସହଯୋଗ ପାଇଁ ସ୍ବାମୀ ରେଳ ପ୍ରଶାସନକୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri