ଭାରରେ ନେବାବେଳେ ପ୍ରସବ

ଟିକିରି,୩୦ା୧୦(ଡି.ଏନ୍‌.ଏ.): ପକ୍କାରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଆସିପାରିଲାନାହିଁ । ଗର୍ଭବତୀଙ୍କୁ ଭାରରେ ବୋହି ନେବାବେଳେ ଅଧାବାଟରେ ପ୍ରସବ କରିଛନ୍ତି। ରାୟଗଡ଼ା ଜିଲା କାଶୀପୁର ବ୍ଲକ ମାଇକଞ୍ଚ ପଞ୍ଚାୟତର ସିନ୍ଧିଗୁଡ଼ା ଗ୍ରାମରେ ଶନିବାର ଏଭଳି ଘଟଣା ଘଟିଛି। ଗାଁର ଲମ୍ବୋଦର ଗୌଡ଼ଙ୍କ ସ୍ତ୍ରୀ କୁନ୍ତଳାଙ୍କ ଗର୍ଭ ଯନ୍ତ୍ରଣା ହେବାରୁ ପରିବାର ଲୋକେ ଏବଂ ଆଶାକର୍ମୀ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ଗାଁକୁ ରାସ୍ତା ନ ଥିବାରୁ ୨ କି.ମି. ପୂର୍ବରୁ କଞ୍ଚଗୁମା ଶିବମନ୍ଦିର ନିକଟରେ ଆମ୍ବୁଲାନ୍ସ ଅଟକିଯାଇଥିଲା। ଆଶାକର୍ମୀ ମାଣିକ ଦଳପତି, ଆମ୍ବୁଲାନ୍ସ କର୍ମଚାରୀ ପରିକ୍ଷିତ ନାଏକ ଓ କୈଳାସ ଲିମା ଗର୍ଭବତୀଙ୍କୁ ଭାରରେ ବୋହି ଆମ୍ବୁଲାନ୍ସ ନିକଟକୁ ନେଉଥିବାବେଳେ ଅଧାବାଟରେ ପ୍ରସବ କରିଥିଲେ। ପରେ ମା’ ଏବଂ ନବଜାତ ଶିଶୁକନ୍ୟାକୁ ଡଙ୍ଗାସିଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ଥିବା ଡାକ୍ତର ନିରଞ୍ଜନ ରଇତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri