Posted inଜାତୀୟ

ନାତୁଣୀ ବାହାଘରରେ ନାଚୁଥିବାବେଳେ ହୃଦ୍‌ଘାତରେ ଆଖିବୁଜିଲେ ଜେଜେ ମା’

ଭୋପାଳ,୧୬।୧୨: ମଧ୍ୟପ୍ରଦେଶ ସେଓନିର ବାନ୍ଦୋଲ ପୋଲିସ ଷ୍ଟେଶନ ଅଧୀନରେ ଥିବା ବଖରୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ନାତୁଣୀ ବାହାଘରରେ ନାଚୁଥିବାବେଳେ ହୃଦ୍‌ଘାତରେ ମୃତ୍ୟୁବରଣ କରିଛନ୍ତି ଜେଜେ ମା’। ହଲଦୀ ସଙ୍ଗୀତ କାର୍ଯ୍ୟକ୍ରମରେ ଏହି ଘଟଣା ଘଟିଛି।
ବାନ୍ଦୋଲ ପୋଲିସର ଦାୟିତ୍ୱରେ ଥିବା ଦିଲୀପ ପଞ୍ଚେଶ୍ୱରଙ୍କ ସୂଚନା ଅନୁଯାୟୀ, ସେଓନି ଜିଲ୍ଲାର ବାନ୍ଦୋଲ ପୋଲିସ ଷ୍ଟେସନ ଅନ୍ତର୍ଗତ ବଖରୀ ଗାଁର ସାହୁ ପରିବାରରେ ଡିସେମ୍ବର ୧୪ରେ ଏକ ବିବାହ ଉତ୍ସବ ଥିଲା। ଏହାର ପୂର୍ବଦିନ ହଳଦୀ ସଙ୍ଗୀତ କାର୍ଯ୍ୟକ୍ରମ ଚାଲିଥିବାବେଳେ ମହିଳାମାନେ ଡ୍ୟାନ୍ସ କରୁଥିଲେ। ଏହି ସମୟରେ ବୃଦ୍ଧା ଶୋଡା ସାହୁ ନାଚୁଥିବା ବେଳେ ତଳେ ପଡ଼ିଯାଇଥିଲେ। ତାଙ୍କୁ ତୁରନ୍ତ ଜିଲା ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ମହିଳାଙ୍କ ମୃତ୍ୟୁ ପରେ ବିବାହର ଖୁସି ଶୋକରେ ପରିଣତ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri