ଫୁଲ ତୋଳିବାକୁ ଉଠିଥିଲେ ମହିଳା: ପଡିଗଲେ ହାତୀ ସମ୍ମୁଖରେ, ଆଉ ତା’ପରେ…

ରାଉରକେଲା,୧୧।୧୧(ସଂଗୀତା ଜେନା) ମଙ୍ଗଳବାର ଭୋର ସମୟରେ ରାଉରକେଲା କୋଏଲ ନଗର ଅଞ୍ଚଳରେ ଏକ ଗୋଠ ଛଡା ଦନ୍ତା ହାତୀ ପଶି ଜଣେ ମହିଳାଙ୍କୁ ଦଳି ଦେଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ମହିଳା ଜଣଙ୍କ ମୃତ୍ୟୁବରଣ କରିଛନ୍ତି। ମୃତକ ହେଉଛନ୍ତି କୋଏଲ ନଗର ସି ୮୩ରେ ରହୁଥିବା ପୂର୍ଣ୍ଣିମା ଦସ୍ତିଦାର(୭୯)। ଏ ନେଇ ମୃତକଙ୍କ ଝିଅ କୋଏନା ଦସ୍ତିଦାର ଥାନାରେ ଏତଲା ଦେଇଛନ୍ତି। ପ୍ରତ୍ୟକ୍ଷ ଦର୍ଶୀଙ୍କ ଅନୁଯାୟୀ, ଉକ୍ତ ହାତୀକୁ ବନବିଭାଗ ବନ୍ଧମୁଣ୍ଡା ଆଡୁ ଗୋଡାଇ ଆଣୁଥିଲା। ଡାକବାଜି ଯନ୍ତ୍ରରେ ଘୋଷଣା ଓ ବିଜୁଳି କାଟ କରାଯାଇଥିଲା। ମୃତକ ଫୁଲ ତୋଳିବାକୁ ଉଠିଥିଲେ। ସେ ତାଙ୍କ ଘର ଠାରୁ କିଛି ଦୂରରେ ଫୁଲ ତୋଳୁଥିଲେ। ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡି ଦେବା ପରେ ଛାତିରେ ଚଢିଯାଇଥିଲା। ମୃତଦେହକୁ ଆଇଜିଏଚ ମର୍ଗ ହାଉସରେ ରଖାଯାଇଛି। ବ୍ୟବଚ୍ଛେଦ ପରେ ଅପରାହ୍ନରେ ମୃତଦେହକୁ ପରିବାରକୁ ଦିଆଯିବ ବୋଲି ପୋଲିସ କହିଛି। ସୂଚନା ଯୋଗ୍ୟ, ହାତୀ ଆକ୍ରମଣ ବେଳେ ମୃତକଙ୍କ ଝିଅ ଓ ଅନ୍ୟ ୪ଜଣ ବ୍ୟକ୍ତି ଦୌଡ଼ି ପଳାଇ ନିଜ ପ୍ରାଣ ବଞ୍ଚଇଥିଲେ। ହାତୀ ଏନ ଏ ସି ମାର୍କେଟ ଭିତରେ ପଶିବା ସହ ପାଚେରୀ ମଧ୍ୟ ଭାଙ୍ଗିଛି। ଏହି ଘଟଣାକୁ ନେଇ ସ୍ଥାନୀୟ ଲୋକ ଭୟଭୀତ ଅଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri