ଦୁର୍ଘଟଣାରେ ଚାଲିଗଲା ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ଜୀବନ: କ୍ଷତିପୂରଣ ଦାବିରେ ଆନ୍ଦୋଳନ

ପାରଳାଖେମୁଣ୍ଡିି,୨୩।୧୦(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ଠିକା ନିଯୁକ୍ତି ହଟାଇବା ପରେ ଅନିଶ୍ଚିତତା ମଧ୍ୟରେ ରହିଥିବା ଠିକା ସ୍ବାସ୍ଥ୍ୟ କର୍ମଚାରୀମାନେ ଗତ ଶନିବାର ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ସହ ଆଲୋଚନା କରିବା ପାଇଁ ପାରଳାଖେମୁଣ୍ଡି ଆସିଥିଲେ। ଆଲୋଚନା ସରିବା ପରେ ବିରିକୋଟ ଡାକ୍ତରଖାନାର ଷ୍ଟାଫନର୍ସ ପ୍ରେମାଦିନୀ ନାୟକ ତାଙ୍କ ସମ୍ପର୍କୀୟଙ୍କ ସହ ଅଟୋରେ ଫେରୁଥିଲେ। ଆର.ଉଦୟଗିରି ଥାନାର ଛେଳିଗଡ ପାଟପାଣି ଗାଁ ନିକଟରେ ଅଟୋ ସହ ଏକ ବାଇକ ମୁହାମୁହିଁ ଧକ୍କା ହେବାରୁ ଷ୍ଟାଫ ନର୍ସ ପ୍ରେମାଦିନୀଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ପରିବାରକୁ କ୍ଷତିପୂରଣ ସହ ସ୍ଥାୟୀ ନିଯୁକ୍ତି ଦାବିରେ ସ୍ବାସ୍ଥ୍ୟ କର୍ମଚାରୀମାନେ ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ରଖି ଆନ୍ଦୋଳନ କରିଥିଲେ।

ସ୍ଥାୟୀ ନିଯୁକ୍ତିର ଆଶା ନେଇ କାମ କରୁଥିବା ଠିକା ସ୍ବାସ୍ଥ୍ୟ କର୍ମଚାରୀଙ୍କ କର୍ତ୍ତବ୍ୟରତ ଅବସ୍ଥାରେ ମୃତ୍ୟୁ ଘଟିଥିବାରୁ ତାଙ୍କୁ କ୍ଷତିପୂରଣ ଦିଆଯାଉ ବୋଲି ଜିଦ୍‌ ଧରିଥିଲେ। ସ୍ଥାୟୀ ନିଯୁକ୍ତି ଆଶା ପୂରଣ ନେଇ ଜିଲାର ଅନ୍ୟାନ୍ୟ ଠିକା ସ୍ବାସ୍ଥ୍ୟ କର୍ମଚାରୀ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଆନ୍ଦୋଳନ ଜାରି ରଖିଥିଲେ। ସରକାରଙ୍କ ଗେଜେଟ ନୋଟିଫିକେସନ ପରେ ଯେଉଁ ଠିକା କର୍ମଚାରୀମାନେ ଯୋଗ୍ୟ ବିବେଚିତ ହେବେ, ସେମାନେ ସ୍ଥାୟୀ ନିଯୁକ୍ତି ହୋଇପାରିବେ। ଯାହାକି କିଛି ଦିନ ପରେ ସ୍ପଷ୍ଟ ହେବ। ମୃତକଙ୍କ ପରିବାରକୁ ରୋଗୀ କଲ୍ୟାଣ ସମିତି ପାଣ୍ଠିରୁ କୋଡିଏ ହଜାର ଟଙ୍କା ପ୍ରଦାନ କରାଯାଇଛି ବୋଲି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ପି.କେ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ନୁହେଁ ମହାଯୁଦ୍ଧର ପ୍ରସ୍ତୁତି, ଆମେରିକା କରୁଛି ଏହି ବଡ଼ ଯୋଜନା

ଓ୍ବାଶିଂଟନ,୩୦।୩:ପଶ୍ଚିମ ଏସିଆରେ ସଂଘର୍ଷ ଆରମ୍ଭ ହେବାର ୩୧ଦିନ ବିତିଗଲାଣି, ତଥାପି ଏହାର ଗତିପଥ ଅନିର୍ଦ୍ଦିଷ୍ଟ ରହିଛି । ଏହି ସମୟରେ, ଇରାନ ଉପରେ ଆମେରିକାର ସମ୍ଭାବ୍ୟ ସ୍ଥଳ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri