ମହିଳାଙ୍କ ବେକରେ ଛୁରୀ ରଖି ଲୁଟିନେଲେ ସୁନା ଅଳଙ୍କାର ସହ ନଗଦ ଟଙ୍କା

ଝରିଗାଁ,୩୦।୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ବେଲଗାଁରେ ଏକ ଲୁଟ୍‌ ହୋଇଛି। ଘରେ ସ୍ବାମୀଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରେ ପଶି ସ୍ତ୍ରୀଙ୍କ ବେକରେ ଛୁରୀ ଲଗାଇ ଦୁଇ ଭରି ଓଜନର ସୁନା ଅଳଙ୍କାର ସହ ନଗଦ ୮ ହଜାର ଟଙ୍କା ଲୁଟି ନେଇ ଥିବା ନେଇ ଝରିଗାଁ ଥାନାରେ ଅଭିଯୋଗ ହୋଇଛି। ଏନେଇ ଝରିଗାଁ ପୋଲିସ ଏକ ମାମଲା(ନଂ.୮୫/୨୦୨୫) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ବେଲଗାଁ ଗ୍ରାମର ଚିତ୍ରସେନ ପୂଜାରୀ ସବୁଦିନ ଭଳି ଅମଳ କରିଥିବା ମକା ଜଗିବା ପାଇଁ ଯାଇଥିଲେ। ଘରେ ସ୍ତ୍ରୀ ପଦ୍ମାବତୀଙ୍କ ସହ ପୁଅ ରାଜେଶ ଏବଂ ଭଣଜା ଥାପେ ଶୋଇଥିଲେ। ପଦ୍ମାବତୀଙ୍କ କହିବା ମୁତାବକ, ଗତକାଲି ବିଳମ୍ବିତ ରାତିରେ କେତେକ ଦୁର୍ବୁତ୍ତ ଘରର ମୁଖ୍ୟ କବାଟ ଭାଙ୍ଗି ଘର ଭିତରକୁ ପଶିଥିଲେ। ସମସ୍ତେ କଳା ପୋଷାକ ପିନ୍ଧି ଥିବା ବେଳେ ମୁହଁରେ ମୁଖା ପିନ୍ଧିଥିଲେ।

ପରେ ଦୁର୍ବୁତ୍ତମାନେ ପଦ୍ମାବତୀଙ୍କ ବେକରେ ଛୁରୀ ଲଗାଇ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଏପରିକି ପଦ୍ମାବତୀ ବେକ ଏବଂ କାନରେ ପିନ୍ଧି ଥିବା ପ୍ରାୟ ଦୁଇ ଭରି ଓଜନର ସୁନା ଅଳଙ୍କାର ନଗଦ ୮ ହଜାର ଟଙ୍କା ଲୁଟି ନେଇ ଚମ୍ପଟ ମାରିଥିଲେ। ଦୁର୍ବୁତ୍ତମାନେ ଏକ ଚାରି ଚକିଆ ଗାଡ଼ିରେ ଆସିଥିବା ବେଳେ ୫ରୁ ୭ଜଣ ଥିବା ସନ୍ଦେହ କରାଯାଉଛି।

ଦୁର୍ବୁତ୍ତମାନେ ଯିବାର ଅଧା ଘଣ୍ଟା ପରେ ସାହି ପୋଡ଼ଶୀ ଜାଣି ଚିତ୍ରସେନଙ୍କୁ ଖବର ଦେଇଥିଲେ। ଶୁକ୍ରବାର ସକାଳେ ଚିତ୍ରସେନ ଝରିଗାଁ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ଝରିଗାଁ ଥାନା ଅଧିକାରୀ ପ୍ରଦୀପ କୁମାର ଶବର, ଏସଆଇ କେ. ଲକ୍ଷ୍ମୀନାରାୟଣ ଦୋରା, ଏଏସ୍‌ଆଇ ପ୍ରଭାତ କୁମାର ବରଡ଼ା, ହାବିଲଦାର ମୁରଲୀଧର ବିଶୋଇ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନକାରୀ କୁକୁର ସହାୟତାରେ ତଦନ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri