ମହିଳାଙ୍କ ବେକରେ ଛୁରୀ ରଖି ଲୁଟିନେଲେ ସୁନା ଅଳଙ୍କାର ସହ ନଗଦ ଟଙ୍କା

ଝରିଗାଁ,୩୦।୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ବେଲଗାଁରେ ଏକ ଲୁଟ୍‌ ହୋଇଛି। ଘରେ ସ୍ବାମୀଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରେ ପଶି ସ୍ତ୍ରୀଙ୍କ ବେକରେ ଛୁରୀ ଲଗାଇ ଦୁଇ ଭରି ଓଜନର ସୁନା ଅଳଙ୍କାର ସହ ନଗଦ ୮ ହଜାର ଟଙ୍କା ଲୁଟି ନେଇ ଥିବା ନେଇ ଝରିଗାଁ ଥାନାରେ ଅଭିଯୋଗ ହୋଇଛି। ଏନେଇ ଝରିଗାଁ ପୋଲିସ ଏକ ମାମଲା(ନଂ.୮୫/୨୦୨୫) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ମୁତାବକ, ବେଲଗାଁ ଗ୍ରାମର ଚିତ୍ରସେନ ପୂଜାରୀ ସବୁଦିନ ଭଳି ଅମଳ କରିଥିବା ମକା ଜଗିବା ପାଇଁ ଯାଇଥିଲେ। ଘରେ ସ୍ତ୍ରୀ ପଦ୍ମାବତୀଙ୍କ ସହ ପୁଅ ରାଜେଶ ଏବଂ ଭଣଜା ଥାପେ ଶୋଇଥିଲେ। ପଦ୍ମାବତୀଙ୍କ କହିବା ମୁତାବକ, ଗତକାଲି ବିଳମ୍ବିତ ରାତିରେ କେତେକ ଦୁର୍ବୁତ୍ତ ଘରର ମୁଖ୍ୟ କବାଟ ଭାଙ୍ଗି ଘର ଭିତରକୁ ପଶିଥିଲେ। ସମସ୍ତେ କଳା ପୋଷାକ ପିନ୍ଧି ଥିବା ବେଳେ ମୁହଁରେ ମୁଖା ପିନ୍ଧିଥିଲେ।

ପରେ ଦୁର୍ବୁତ୍ତମାନେ ପଦ୍ମାବତୀଙ୍କ ବେକରେ ଛୁରୀ ଲଗାଇ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଏପରିକି ପଦ୍ମାବତୀ ବେକ ଏବଂ କାନରେ ପିନ୍ଧି ଥିବା ପ୍ରାୟ ଦୁଇ ଭରି ଓଜନର ସୁନା ଅଳଙ୍କାର ନଗଦ ୮ ହଜାର ଟଙ୍କା ଲୁଟି ନେଇ ଚମ୍ପଟ ମାରିଥିଲେ। ଦୁର୍ବୁତ୍ତମାନେ ଏକ ଚାରି ଚକିଆ ଗାଡ଼ିରେ ଆସିଥିବା ବେଳେ ୫ରୁ ୭ଜଣ ଥିବା ସନ୍ଦେହ କରାଯାଉଛି।

ଦୁର୍ବୁତ୍ତମାନେ ଯିବାର ଅଧା ଘଣ୍ଟା ପରେ ସାହି ପୋଡ଼ଶୀ ଜାଣି ଚିତ୍ରସେନଙ୍କୁ ଖବର ଦେଇଥିଲେ। ଶୁକ୍ରବାର ସକାଳେ ଚିତ୍ରସେନ ଝରିଗାଁ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ଝରିଗାଁ ଥାନା ଅଧିକାରୀ ପ୍ରଦୀପ କୁମାର ଶବର, ଏସଆଇ କେ. ଲକ୍ଷ୍ମୀନାରାୟଣ ଦୋରା, ଏଏସ୍‌ଆଇ ପ୍ରଭାତ କୁମାର ବରଡ଼ା, ହାବିଲଦାର ମୁରଲୀଧର ବିଶୋଇ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନକାରୀ କୁକୁର ସହାୟତାରେ ତଦନ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ…

ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ

ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍‌-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍‌ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ…

ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…

ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ…

ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର

ପାଟଣା, ୧୦।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତୋଣ୍ଡ ଗ୍ରାମର ଜାମୁନାଳିଆ ସାହିରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ…

ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲରେ ସିନେ ତାରକା ବାବୁଶାନ୍; ଉଦ୍‌ଘାଟିତ ହେଲା ‘ମନୋଜ ଦାସ ପାଠାଗାର’

ହାଟଡିହୀ/ଛେନାପଦୀ, ୧୦।୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବେରୁଣପଦୀସ୍ଥିତ ଉତ୍କଳ ଗୌରବ ଇଣ୍ଟରନେସନାଲ ସ୍କୁଲ (UGIS)ରେ ଗୁରୁବାର ନୂତନ ଭାବେ ନିର୍ମିତ ‘ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri