ମୁକୁଳା ପଡ଼ିଛି ମାଳ ମାଳ ଟ୍ରାନ୍ସଫର୍ମର: କରେଣ୍ଟ ଲାଗି ମହିଳା ଗୁରୁତର

ଖଲ୍ଲିକୋଟ,୨୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ୍‌ ଅଞ୍ଚଳରେ ମୁକୁଳା ପଡ଼ିଛି ମାଳମାଳ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର। ଏନେଇ ବିଭିନ୍ନ ସମୟରେ ଦୁର୍ଘଟଣା ଘଟି ଅକାଳରେ ଲୋକଙ୍କ ଜୀବନ ଯାଉଥିବା ବେଳେ କେତେକେ ଗୁରୁତର ଆହତ ହେଉଛନ୍ତି। ମୁକୁଳା ଟ୍ରାନ୍ସଫର୍ମରରେ ବ୍ୟାରିକେଡ୍‌ କରିବା ପାଇଁ ବାରମ୍ବାର ଦାବି ହେଉଥିଲେ ମଧ୍ୟ ଏଥିପ୍ରତି କର୍ତ୍ତୃପକ୍ଷ ଦୃଷ୍ଟି ଦେଉ ନ ଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ଇତିମଧ୍ୟରେ ଖଲ୍ଲିକୋଟ୍‌ ଥାନା ଅଧୀନ ଲଙ୍ଗଳେଶ୍ୱର ସାନସାହିରେ ଥିବା ମୁକୁଳା ଟ୍ରାନ୍ସଫର୍ମରରେ ଲାଗି ସୋମବାର ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ମହିଳା ଜଣକ ଘରକୁ ଚାଲିଚାଲି ଯାଉଥିବା ସମୟରେ ଅସାବଧାନତା ଯୋଗୁ ମୁକୁଳା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରରେ ଲାଗିଯାଇଥିଲେ। ଫଳରେ ମହିଳା ଜଣକ ଗୁରୁତର ଆହତ ହୋଇଥିଲେ। ଖବର ପାଇ ସରପଞ୍ଚ ରମେଶ ଚନ୍ଦ୍ର ସାହୁ ଓ ସ୍ଥାନୀୟ ଲୋକେ ମହିଳାଙ୍କୁ ଉଦ୍ଧାରକରି ଅଗ୍ନିଶମ ବାହିନୀ ସହାୟତାରେ ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଛନ୍ତି। ଗୁରୁତର ମହିଳା ଜଣଙ୍କ ସାନସାହିର ସଚଳା ଡାଙ୍ଗୁଆ(୫୮) ବୋଲି ଜଣାପଡ଼ିଛି। ଏ ସମ୍ପର୍କରେ ଲଙ୍ଗଳେଶ୍ୱର ସରପଞ୍ଚ ରମେଶ ଚନ୍ଦ୍ର ସାହୁ କହିଛନ୍ତି, ମୁକୁଳା ଟ୍ରାନ୍ସଫର୍ମରଗୁଡ଼ିକୁ ଆବଦ୍ଧ କରିବା ପାଇଁ ବାରମ୍ବାର ଦାବି କରାଯାଇଥିଲେ ମଧ୍ୟ ଏଥିପ୍ରତି କେହି ଗୁରୁତ୍ୱ ଦେଉନାହାନ୍ତି। ଫଳରେ ସୋମବାର ଏକ ଅଘଟଣ ଘଟିଛି। ମୁକୁଳା ଟ୍ରାନ୍ସଫର୍ମର ପ୍ରତି କୌଣସି ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ଏଥିପାଇଁ ଆନ୍ଦୋଳନ କରାଯିବା ସହ ବିଦ୍ୟୁତ୍‌ ବିଲ୍‌ ପୈଠ ବର୍ଜନ କରାଯିବ ବୋଲି ସରପଞ୍ଚ କହିଛନ୍ତି।

ଅନ୍ୟପକ୍ଷେ ଖଲ୍ଲିକୋଟ୍‌ ସହରର ରଘୁନାଥ ମନ୍ଦିର ନିକଟରେ ଥିବା ଟ୍ରାନ୍ସଫର୍ମର ମୁକୁଳା ଅବସ୍ଥାରେ ରହିଛି। ଅନ୍ୟପକ୍ଷେ ମନ୍ଦିରକୁ ବିଭିନ୍ନ ପର୍ବପର୍ବାଣିରେ ଶତାଧିକ ଭକ୍ତ ଆସୁଥିବା ବେଳେ ମୁକୁଳା ଟ୍ରାନ୍ସଫର୍ମର ଜୀବନ ପ୍ରତି ବିପଦ ସୃଷ୍ଟି କରୁଛି। ଏପରିକି ଖଲ୍ଲିକୋଟ୍‌ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଧ୍ୟ ମୁକୁଳା ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରହିଥିବା ବେଳେ ଲଙ୍ଗଳେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ନିକଟ ପାଟଣାସାହି ସମ୍ମୁଖ, ଷ୍ଟେଟ୍‌ବ୍ୟାଙ୍କ ନିକଟ, ଛାତ୍ରେଶ୍ୱର ମନ୍ଦିର ସମ୍ମୁଖ, ଭେଜିପୁଟ କାଳିଜାଈ ପ୍ରାଥମିକ ବିଦ୍ୟାଳୟ ନିକଟ, ଭେଜିପୁଟ ଓଭରବ୍ରିଜ୍‌ ନିକଟ, ପଥରା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ଏବଂ ଅନ୍ୟାନ୍ୟ ସ୍ଥାନରେ ଟ୍ରାନ୍ସଫର୍ମର ଗୁଡ଼ିକ ମୁକୁଳା ଅବସ୍ଥାରେ ରହିଥିବାରୁ ସାଧାରଣ ଲୋକ ଏବଂ ଗୋରୁଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?