ହାତୀ ଆକ୍ରମଣରେ ମହିଳା ଗୁରୁତର

ଠାକୁରମୁଣ୍ଡା,୧୮ା୯(ଡି.ଏନ୍‌.ଏ.): କରଞ୍ଜିଆ ରେଞ୍ଜ ଅଞ୍ଚଳରେ ରବିବାର ପ୍ରାତଃ ଭ୍ରମଣରେ ରାସ୍ତା ଉପରେ ଚାଲି ଚାଲି ଯାଉଥିବା ଜଣେ ମହିଳାଙ୍କୁ ଏକ ଦନ୍ତାହାତୀ ଆକ୍ରମଣ କରିବାରୁ ମହିଳାଙ୍କ ଅବସ୍ଥା ଗୁରୁତର ହୋଇଛି। ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରାଯାଇ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କେନ୍ଦୁଝର ସଦର ଡାକ୍ତରଖାନାକୁ ଚିକିତ୍ସା ନିମନ୍ତେ ଡାକ୍ତର ସ୍ଥାନାନ୍ତର କରିଛନ୍ତି।

ସୁକୃଳି ବ୍ଲକ ଅନ୍ତର୍ଗତ ମାଜୁରା ସାହିର କାଜଲ ସିଂ ହାଁସଦା ନାମକ ଜଣେ ମହିଳା ସକାଳେ ରାସ୍ତାରେ ଯାଉଥିବା ସମୟରେ ରାସ୍ତାକଡ଼ରେ ଥିବା ଏକ କାଜୁ ଜଙ୍ଗଲ ଭିତରୁ ଏକ ଦନ୍ତାହାତୀ ଆସି ତାଙ୍କୁ ଅତର୍କିତ ଭାବରେ ଆକ୍ରମଣ କରିଦେଇଥିଲା। ତାଙ୍କୁ ଘଟଣାସ୍ଥଳରୁ ଆହତ ଅବସ୍ଥାରେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ କରଞ୍ଜିଆ ବନଖଣ୍ଡରେ କିଛିଦିନ ହେବ ୨୮ ଟିକିଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ମଦନପୁର ୟୁ.କେ. କଲେଜ ସମ୍ମୁଖରେ ବିଜୁ ଛାତ୍ର ଜନତାର ଧାରଣା: ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି

ରାଜନଗର, ୧୩।୧୦ (ଭାସ୍କର ରାଉତରାୟ): ମଦନପୁର: ୟୁ.କେ. କଲେଜର ସଭାପତି ଶୁଭଙ୍କର ଦାସଙ୍କ ସୁରକ୍ଷା ଦାବି କରି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ପୂର୍ବାହ୍ନ…

ବାୟା ବାବା କଲେଜ ଛାତ୍ର ସଂସଦ ନିର୍ବାଚନ: ଚାମେଲୀ ଧରିଲେ ମଙ୍ଗ, ଦେଲେ ଗୁରୁମନ୍ତ୍ର…

ମହାକାଳପଡ଼ା, ୧୩।୧୦ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାର ପ୍ରମୁଖ ଶିକ୍ଷାନୁଷ୍ଠାନ ଶ୍ରୀଶ୍ରୀ ବାୟା ବାବା କଲେଜର ଛାତ୍ର ସଂସଦ ନିର୍ବାଚନକୁ ଆଉ ୪୮ ଘଣ୍ଟା…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

ସନ୍ଦେହଜନକ ଅବସ୍ଥାରେ ଦମ୍ପତ୍ତିଙ୍କ ମୃତଦେହ ଉଦ୍ଧାର; ଝୁଲନ୍ତା ଅବସ୍ଥାରେ ସ୍ତ୍ରୀ, ଖଟରେ ସ୍ବାମୀ…

ଖଡ଼ିଆଳ,୧୩।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଖନତରାଇ ଗ୍ରାମନିବାସୀ ସ୍ୱାମୀ ସ୍ତ୍ରୀ ଦୀର୍ଘଦିନ ହେବ ଭିମାଖୋଲ ଛକରେ ରହୁଥିଲେ । ଦୁହେଁ ହସଖୁସିରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

କୋଇଡ଼ାରେ ଚାଞ୍ଚଲ୍ୟ! ଜଗୁଆଳିଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ବଣାଇଁ,୧୩।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଘରୋଇ କମ୍ପାନୀର ଏକ କ୍ରସରକୁ ଜଗୁଥିବା ଜଗୁଆଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?