ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ସନ୍ଦେହ

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା- ପତାଣ୍ଡ ରାସ୍ତା ଛକ ନିକଟରେ ଥିବା ଏକ ସିମେଣ୍ଟ ଇଟା ଫ୍ୟାକ୍ଟ୍ରି ପଛପଟ ଏକ କୋଠରୀରୁ ଗୁରୁବାର ଦିଗପହଣ୍ଡି ପୋଲିସ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି।

ଘଟଣାସ୍ଥଳରେ ଦିଗପହଣ୍ଡି ଥାନା ଆଇଆଇସି ବାବା ଶଙ୍କର ସରାଫ, ଦିଗପହଣ୍ଡି ତହସିଲଦାର ଅନୀତା ସାହୁ, ସାଇଣ୍ଟିଫିକ ଟିମ୍‌ ପହଞ୍ଚି ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ ମହିଳାଙ୍କ ପରିଚୟ ମିଳି ପାରିନାହିଁ ।

ଅନ୍ୟପକ୍ଷେ କୋଠରୀରେ ମହିଳାଙ୍କ ମୃତଦେହ ଉଲଗ୍ନ ଅବସ୍ଥାରେ ପଡ଼ି ଥିବାବେଳେ ୁ ବଳାତ୍କାର ପରେ ତାଙ୍କୁ ତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ଅନ୍ୟପକ୍ଷେ ଇଟା ଫ୍ୟାକ୍ଟ୍ରି କିଛି ଦିନ ହେଲା ବନ୍ଦ ରହିଥିବା ବେଳେ ଗୁରୁବାର ଇଟା ଫ୍ୟାକ୍ଟ୍ରିର ଜଣେ କର୍ମଚାରୀ ପାଣିପମ୍ପ ଲଗାଇବା ପାଇଁ ଯାଇଥିବା ବେଳେ କୋଠରୀ ଦୁର୍ଗନ୍ଧ ବାହାରୁଥିଲା। ପରେ କର୍ମଚାରୀ ଜଣକ ଘର ଭିତରେ ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।

ଖବର ପ୍ରଚାରିତ ପରେ ଆଖପାଖ ଗ୍ରାମର ଲୋକଙ୍କ ଘଟଣାସ୍ଥଳରେ ଭିଡ ଜମିଥିଲା। ପୋଲିସ ପହଞ୍ଚି ଘଟଣାର ଅନୁଧ୍ୟାନ କରିଥିଲା । ଏପରିକି ମହିଳାଙ୍କ ମୃତଦେହ ପଚି ଯାଇଥିବାରୁ ତାଙ୍କୁ ଚିହ୍ନିବା ସମ୍ଭବପର ହୋଇପାରି ନାହିଁ। ମହିଳାଙ୍କୁ ହତ୍ୟା କରାଯାଇଥିବା ପୋଲିସ ଅନୁମାନ କରୁଛି।

ମହିଳା ଜଣକ କିଏ, ସେ ନିକଟସ୍ଥ ଅଞ୍ଚଳର ନା ଅନ୍ୟ କେଉଁ ଅଞ୍ଚଳର, ତାଙ୍କୁ କିଏ କାହିଁକି ହତ୍ୟା କରିଛି ସେନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ଏକ ମାମଲା(ନଂ. ୬/୨୪) ରୁଜୁ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମହିଳାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଆଇଆଇସି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri