ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ସନ୍ଦେହ

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା- ପତାଣ୍ଡ ରାସ୍ତା ଛକ ନିକଟରେ ଥିବା ଏକ ସିମେଣ୍ଟ ଇଟା ଫ୍ୟାକ୍ଟ୍ରି ପଛପଟ ଏକ କୋଠରୀରୁ ଗୁରୁବାର ଦିଗପହଣ୍ଡି ପୋଲିସ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି।

ଘଟଣାସ୍ଥଳରେ ଦିଗପହଣ୍ଡି ଥାନା ଆଇଆଇସି ବାବା ଶଙ୍କର ସରାଫ, ଦିଗପହଣ୍ଡି ତହସିଲଦାର ଅନୀତା ସାହୁ, ସାଇଣ୍ଟିଫିକ ଟିମ୍‌ ପହଞ୍ଚି ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟପକ୍ଷେ ମହିଳାଙ୍କ ପରିଚୟ ମିଳି ପାରିନାହିଁ ।

ଅନ୍ୟପକ୍ଷେ କୋଠରୀରେ ମହିଳାଙ୍କ ମୃତଦେହ ଉଲଗ୍ନ ଅବସ୍ଥାରେ ପଡ଼ି ଥିବାବେଳେ ୁ ବଳାତ୍କାର ପରେ ତାଙ୍କୁ ତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ଅନ୍ୟପକ୍ଷେ ଇଟା ଫ୍ୟାକ୍ଟ୍ରି କିଛି ଦିନ ହେଲା ବନ୍ଦ ରହିଥିବା ବେଳେ ଗୁରୁବାର ଇଟା ଫ୍ୟାକ୍ଟ୍ରିର ଜଣେ କର୍ମଚାରୀ ପାଣିପମ୍ପ ଲଗାଇବା ପାଇଁ ଯାଇଥିବା ବେଳେ କୋଠରୀ ଦୁର୍ଗନ୍ଧ ବାହାରୁଥିଲା। ପରେ କର୍ମଚାରୀ ଜଣକ ଘର ଭିତରେ ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।

ଖବର ପ୍ରଚାରିତ ପରେ ଆଖପାଖ ଗ୍ରାମର ଲୋକଙ୍କ ଘଟଣାସ୍ଥଳରେ ଭିଡ ଜମିଥିଲା। ପୋଲିସ ପହଞ୍ଚି ଘଟଣାର ଅନୁଧ୍ୟାନ କରିଥିଲା । ଏପରିକି ମହିଳାଙ୍କ ମୃତଦେହ ପଚି ଯାଇଥିବାରୁ ତାଙ୍କୁ ଚିହ୍ନିବା ସମ୍ଭବପର ହୋଇପାରି ନାହିଁ। ମହିଳାଙ୍କୁ ହତ୍ୟା କରାଯାଇଥିବା ପୋଲିସ ଅନୁମାନ କରୁଛି।

ମହିଳା ଜଣକ କିଏ, ସେ ନିକଟସ୍ଥ ଅଞ୍ଚଳର ନା ଅନ୍ୟ କେଉଁ ଅଞ୍ଚଳର, ତାଙ୍କୁ କିଏ କାହିଁକି ହତ୍ୟା କରିଛି ସେନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ଏକ ମାମଲା(ନଂ. ୬/୨୪) ରୁଜୁ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମହିଳାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଆଇଆଇସି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri