ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ ତାଙ୍କ ବୟସ ୫୫ରୁ ୬୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି l

ମଙ୍ଗଳବାର ମଧ୍ୟାହ୍ନରେ ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ୍‌ ବଲାଙ୍ଗୀର ଦେଇ ଟିଟିଲାଗଡ଼ ଯାଉଥିବା ବେଳେ ଖୁଜେନପାଲି ନିକଟ ଟ୍ରେନ ଲାଇନ ଜଣେ ମହିଳା ଟ୍ରେନ୍‌ ଆଗକୁ ଡେଇଁ ପଡ଼ି ପଡିଥିବା ସ୍ଥାନୀୟ ଲୋକେ କହିଛନ୍ତି। ଫଳରେ ଘଟଣା ସ୍ଥଳରେ ତାଙ୍କ ମୃତ୍ୟୁ ଘଟିଥିବା ଲୋକେ କହିଛନ୍ତି। ମହିଳା ଜଣକ ଆତ୍ମହତ୍ୟା କରିଥିବା ଚର୍ଚ୍ଚା ହେଉଛି।

ଦୁର୍ଘଟଣା ସ୍ଥଳରେ ବଲାଙ୍ଗୀର ଜିଆର୍‌ପି ଥାନା ରେଳବାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହ ଜବତ କରି ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ନିଆଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ପରିଚୟ ମିଳିବା ପରେ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷେ ମହିଳା ଜଣକ ଖୁଜେନପାଲି ପଞ୍ଚାୟତ ଅଞ୍ଚଳର ହୋଇଥାଇ ପାରନ୍ତି ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

ପେମେଣ୍ଟ ଲିଙ୍କ୍‌ ସହ ସ୍ଥାନୀୟ ମୁଦ୍ରାରେ କାରବାର କର

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ସ୍ଥାନୀୟ ମୁଦ୍ରାରେ ବ୍ୟାପାର ଏବଂ ସେମାନଙ୍କର ତତ୍କାଳୀନ ପେମେଣ୍ଟ ସିଷ୍ଟମର ସଂଯୋଗୀକରଣ ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?