ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି ଉଦଳା ଥାନା ଜିରିଡା ନଦୀ ପୋଲରେ ।

ଖବର ଅନୁସାରେ, ବୁଧବାର ଉଦଳା ଥାନା ମେଣ୍ଢାଖାଇ ଗ୍ରାମର ରତନୀ ବେହେରା ଅଚାନକ ଭାବେ ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଥିଲେ । ତଳକୁ ଡେଇଁବା ପରେ ସେଠାରେ ଥିବା ମାଛ ଧରାଳି ତାଙ୍କୁ ଦେଖି ଦୌଡୁଯାଇ ଉଦ୍ଧାର କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଉଦଳା ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ କେଉଁ କାରଣରୁ ସେ ପୋଲ ଉପରୁ ଡେଇଁଲେ ତାହା ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Share