Posted inଫୁରସତ

ସ୍ବାମୀଙ୍କ ସହ ଝଗଡ଼ା ଲାଗିବା ପରେ ନଅ ମହଲାରୁ ଡେଇଁ ପଡ଼ିଲେ ସ୍ତ୍ରୀ, ତଳେ ଲୋକ ବିଛାଇଲେ ଗଦି; ଆଉ ତା’ ପରେ…

ଗାଜିଆବାଦ,୧୬।୭: ଉତ୍ତରପ୍ରଦେଶର ଗାଜିଆବାଦରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି। ଜଣେ ମହିଳା ତାଙ୍କ ସ୍ବାମୀଙ୍କ ସହ ଝଗଡ଼ା ଲାଗୁଥିଲେ। ଏହା ଏତେ ବଢ଼ିଯାଇଥିବା ଯେ ସେ କୋଠାର ନବମ ମହଲାରୁ ତଳକୁ ଡେଇଁପଡ଼ିବାକୁ ଚେଷ୍ଟା କରିଥିଲେ। କିନ୍ତୁ ମହିଳାଜଣଙ୍କ ରେଲିଂରୁ ଡେଇଁବା ମାତ୍ରେ ସ୍ବାମୀ ତାଙ୍କ ହାତ ଧରି ସହାୟତା ପାଇଁ ଚିତ୍କାର କରୁଥିବା ଭିଡିଓରେ ଦେଖାଯାଇଛି।

ଘଟଣାଟି ବିଜୟାନଗରର କ୍ରସିଂ ରିପବ୍ଲିକରେ ଥିବା ସେଭିୟର ସୋସାଇଟି ଅଞ୍ଚଳର। ଏଠାରେ ନବମ ମହଲାରେ ରହୁଥିବା ଜଣେ ସ୍ତ୍ରୀସ୍ବାମୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଧିରେ ଧିରେ ଯୁକ୍ତିତର୍କ ବଢ଼ିବା ପରେ ସ୍ତ୍ରୀ ତଳକୁ ଡେଇଁ ପଡ଼ିବାକୁ ଚେଷ୍ଟା କରିଥିଲେ। ହେଲେ ସ୍ବାମୀ ତାଙ୍କ ହାତ ଧରି ପାଟି କରିଥିଲେ। ଏହାପରେ ସୋସାଇଟିର ଅନ୍ୟମାନେ ଘରୁ ବାହାରକୁ ଆସିଥିଲେ। ଏହି ସମୟରେ ସେମାନେ ନିଜ ଘରୁ ଗଦି ବାହାର କରି ତଳେ ପକାଇଥିଲେ। ସେତେବେଳେ ସ୍ବାମୀ ସ୍ତ୍ରୀଙ୍କୁ ରେଲିଂ ଉପରକୁ ଟାଣିବାକୁ ଚେଷ୍ଟା କରିଥିଲେ। ପ୍ରାୟ ଅଧା ଘଣ୍ଟା ଧରି ଏପରି କରିବା ସତ୍ତ୍ୱେ ବିଫଳ ହୋଇଥିଲେ। ହାତ ଖସିଯିବା ପରେ ସ୍ତ୍ରୀ ଉକ୍ତ ଗଦି ଉପରେ ପଡ଼ିଥିଲେ। ଫଳରେ ସେ ନିଶ୍ଚିତ ମୃତ୍ୟୁରୁ ବର୍ତ୍ତି ଯାଇଥିଲେ। ହେଲେ ସେ ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ନୋଏଡାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପୋଲିସ ଏହି ଘଟଣାରେ ଏଯାବତ କୌଣସି ମାମଲା ପଞ୍ଜିକରଣ କରିନାହିଁ। ତେବେ ଫରାଜ ହାସନ ସ୍ତ୍ରୀ ନାଦିଆଙ୍କ ସହ ନବମ ମହଲାରେ ରହୁଥିଲେ। ମଙ୍ଗଳବାର ଉଭୟଙ୍କ ମଧ୍ୟରେ ଝଗଡ଼ା ଲାଗିଥିଲା। ଏହାପରେ ସ୍ତ୍ରୀ ଏହି ପଦକ୍ଷେପ ନେଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଶୁକ୍ର ନକ୍ଷତ୍ର ଗୋଚର: ମାଲାମାଲ ହେବେ ଏହି ୩ ରାଶି

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସୋମବାର, ଏପ୍ରିଲ ୬, ୨୦୨୬ ରାତି ୧:୦୪ ସମୟରେ, ସୁଖ ଏବଂ ସମୃଦ୍ଧିର ଦାତା ଶୁକ୍ର ଅଶ୍ୱିନୀରୁ ଭରଣୀ ନକ୍ଷତ୍ରକୁ ଗମନ କରିଛନ୍ତି।…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri