ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।

ଏହି ଘଟଣା ସମ୍ପର୍କରେ ଖବର ପାଇବା ପରେ ମଞ୍ଚେଶ୍ୱର ଏବଂ ପାହାଳର ଦୁଇଟି ଅଗ୍ନିଶମ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନଦୀରେ ଜୋରଦାର ଖୋଜାଖୋଜି ଜାରି ରଖିଛନ୍ତି। ତେବେ ମହିଳାଜଣଙ୍କ କିଏ ଏବଂ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଇ ନଦୀକୁ ଡେଇଁଲେ, ସେନେଇ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ କାରଣ ଜଣାପଡ଼ି ନାହିଁ। ପୋଲିସ ଓ ପ୍ରଶାସନ ପକ୍ଷରୁ ଘଟଣାର ତଦନ୍ତ ସହ ମହିଳାଙ୍କ ପରିଚୟ ଜାଣିବା ପାଇଁ ପ୍ରୟାସ ଜାରି ରହିଛି।

Dharitri – Odisha’s No.1 Odia Daily