ମହିଳାଙ୍କୁ ହତ୍ୟା, ଗୁରୁତର ଅବସ୍ଥାରେ ଶିଶୁକନ୍ୟା ଉଦ୍ଧାର

ବାରିପଦା ଅଫିସ/ବାଙ୍ଗିରିପୋଷି,୪ା୩: ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ଥାନା ଅଧୀନ ଦ୍ୱାରଶୁଣୀ ଘାଟିିରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେହିପରି କରଞ୍ଜିଆ ଥାନା ଅଧୀନ ଚଢ଼େଇଭୋଳ ଅଞ୍ଚଳରୁ ମୁର୍ମୁଷ ଅବସ୍ଥାରେ ଏକ ଶିଶୁ କନ୍ୟାକୁ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଉଦ୍ଧାର ଶିଶୁକନ୍ୟା ସହ ମୃତ ମହିଳାଙ୍କ ସମ୍ପର୍କ ଥିବା ଅନୁମାନ କରି ସାଇଣ୍ଟିଫିକ ଟିମ୍‌ ସହାୟତାରେ ପୋଲିସ ଘଟଣାର ତନାଘନା ଚଳାଇଛି। ତେବେ ଉଭୟଙ୍କ ଡିଏନ୍‌ଏ ଟେଷ୍ଟ ହେବ ବୋଲି ଏସ୍‌ପି ପରମାର୍‌ ସ୍ମିଥ ପୁରୁଷୋତ୍ତମ ଦାସ କହିଛନ୍ତି।
ସୂଚନା ଅନୁଯାୟୀ, ୪୯ନଂ. ଜାତୀୟ ରାଜପଥ ପାର୍ଶ୍ୱ ଦ୍ୱାରଶୁଣୀ ଘାଟି ସୁରକ୍ଷା ପାଚେରୀ ଉପରେ ଜଣେ ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ। ମୃତ ମହିଳା ଜଣକ ଧଳା ଓ ଗୋଲାପି ରଙ୍ଗର ସାଲୁଆର କମିଜ୍‌ ପିନ୍ଧିଥିବା ଦେଖିବାକୁ ମିଳିଛି। ତେବେ ପାରିପାର୍ଶ୍ୱିକ ସ୍ଥିତିରୁ ତାଙ୍କୁ ଅନ୍ୟତ୍ର ହତ୍ୟା କରାଯାଇ ଦ୍ୱାରଶୁଣି ଘାଟିରେ ଫିଙ୍ଗି ଦିଆଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏନେଇ ବାଙ୍ଗିରିପୋଷି ଥାନାରେ ଏକ ହତ୍ୟା ମାମଲା(ନଂ.୪୪/୨୧) ରୁଜୁ ହୋଇଛି। ସେହିପରି କରଞ୍ଜିଆ ଥାନା ଚଢ଼େଇଭୋଳ ରାସ୍ତା ପାର୍ଶ୍ୱରୁ ୮ରୁ ୯ବର୍ଷର ଜଣେ ଶିଶୁ କନ୍ୟାଙ୍କୁୁ ମୁର୍ମୁଷ ଅବସ୍ଥାରେ ଉଦ୍ଧାର କରାଯାଇଛି। ଉଭୟ ସ୍ଥାନର ଦୂରତା ୮୦ କି.ମି ବ୍ୟବଧାନରେ ହୋଇଥିବା ବେଳେ ଯୋଜନାବଦ୍ଧ ଭାବେ ଏଭଳି ଘଟଣା ଘଟାଯାଇଥିବା ଚର୍ଚ୍ଚା ହେଉଛି। ମୃତ ମହିଳା ଓ ଉଦ୍ଧାର ଶିଶୁକନ୍ୟାଙ୍କ ପରିଚୟ ମିଳିପାରିନାହିଁ। ଅନ୍ୟପକ୍ଷେ ଭିଡିଓଗ୍ରାଫି ମାଧ୍ୟମରେ ମୃତଦେହ ବ୍ୟବଚ୍ଛେଦ କରାଯିବା ସହିତ ଉଭୟଙ୍କ ଡିଏନ୍‌ଏ ପରୀକ୍ଷା ପାଇଁ ରକ୍ତ ନମୁନା ସଂଗ୍ରହ କରାଯାଇଥିବା ଏସ୍‌ପି କହିଛନ୍ତି। ଖୁବ୍‌ଶୀଘ୍ର ଅପରାଧିମାନଙ୍କୁ ଠାବ କରାଯିବା ସହିତ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri