ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଅଇନ୍ଦିପୁର ଜୁଆଙ୍ଗ ସାହିରେ ଏହି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି।

ସୂଚନା ଅନୁଯାୟୀ, ସୁଭଦ୍ରା ଟଙ୍କା ଦେବାକୁ ମନା କରିବାରୁ ଅଭିଯୁକ୍ତ ସ୍ୱାମୀ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀଙ୍କୁ ବାଡ଼ି ଓ ଶାବଳରେ ଆକ୍ରମଣ କରିଥିଲେ। ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିଲା। ହତ୍ୟା ପରେ ଘଟଣା ଲୁଚାଇବା ପାଇଁ ଅଭିଯୁକ୍ତ ମୃତଦେହକୁ ପାଇଖାନା ଟାଙ୍କିରେ ପୋତି ଦେଇଥିବା ଅଭିଯୋଗ ହୋଇଛି।

ଘଟଣା ସମ୍ପର୍କରେ ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ମୃତଦେହ ଉଦ୍ଧାର ସହ ଘଟଣାସ୍ଥଳରୁ ବିଭିନ୍ନ ତଥ୍ୟ ଓ ପ୍ରମାଣ ସଂଗ୍ରହ ପାଇଁ ସାଇଣ୍ଟିଫିକ୍ ଟିମ୍‌କୁ ମଧ୍ୟ ନିୟୋଜିତ କରାଯାଇଥିଲା। ପୋଲିସ ଅଭିଯୁକ୍ତ ସ୍ୱାମୀଙ୍କୁ ଗିରଫ କରି ପଚରାଉଚରା କରିବା ସହ ହତ୍ୟାକାଣ୍ଡର ପ୍ରକୃତ କାରଣ ଓ ଘଟଣାକ୍ରମ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରିଛି। ଏହାସହ ଅଭିଯୁକ୍ତଙ୍କୁ ନେଇ ପୋଲିସ ଘଟଣାସ୍ଥଳରେ କ୍ରାଇମ୍ ସିନ୍‌ର ରିକ୍ରିଏସନ୍ କରିଥିବା ଜଣାପଡ଼ିଛି।

ଘଟଣାକୁ ନେଇ ଅଇନ୍ଦିପୁର ଜୁଆଙ୍ଗ ସାହିରେ ଚାଞ୍ଚଲ୍ୟ ଖେଳିଯାଇଛି। ତେବେ ହତ୍ୟାକାଣ୍ଡ ପଛରେ ଅନ୍ୟ କୌଣସି କାରଣ କିମ୍ବା ବ୍ୟକ୍ତିଙ୍କ ସମ୍ପୃକ୍ତି ରହିଛି କି ନାହିଁ, ସେନେଇ ପୋଲିସ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri