ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ

ଯାଜପୁରରୋଡ଼,୨୦ା୮(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ଼ ଥାନା ଅନ୍ତର୍ଗତ ପଦ୍ମପୁର କପିଳେଶ୍ୱର କଲୋନୀର ଏକ ଭଡାଘରୁ ସୁରେନ୍ଦ୍ର ଖିଲାର (୩୦)ଙ୍କ ଗଳିତ ମୃତଦେହ ପୋଲିସ ଗତ ବୁଧବାର ଜବତ କରିଥିଲା। ସୁରେନ୍ଦ୍ରଙ୍କ ପରିବାର ଲୋକ ଏନେଇ ପୋଲିସ ନିକଟରେ ହତ୍ୟା ଅଭିଯୋଗ ଆଣିଥିଲେ । ଏନେଇ ସୁରେନ୍ଦ୍ରଙ୍କ ଭାଇ ରମେଶ ଖିଲାର ଯାଜପୁରରୋଡ଼ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଘଟଣାକୁ ଗୁରୁତ୍ୱ ଦେଇ ତଦନ୍ତ ଚଳାଇଥିଲା। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ ତଦନ୍ତରୁ ଜଣାପଡିଛି  । ପୋଲିସ ବ୍ୟବଚ୍ଛେଦ ରିପୋର୍ଟ ଓ ସାଇଣ୍ଟିଫିକ ଟିମ୍‌ ତଦନ୍ତକୁ ଆଧାର କରି ଏହି ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି । ପ୍ରେମିକଙ୍କ ସହ ମିଶି ସ୍ତ୍ରୀ ସରସ୍ବତୀ ନିଜ ସ୍ବାମୀ ସୁରେନ୍ଦ୍ରଙ୍କୁ ହତ୍ୟା କରିଥିବା ସ୍ପଷ୍ଟ ହୋଇଛି । ଏହି ଘଟଣାରେ ସରସ୍ବତୀ ଓ ତାଙ୍କ ପ୍ରେମିକଙ୍କୁ ଯାଜପୁରରୋଡ଼ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି ।

ପୋଲିସ ସୂଚନା ଅନୁଯାୟୀ, ଶ୍ୱାସରୁଦ୍ଧ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡିଥିଲା । ପୋଲିସ ପୂର୍ବରୁ ସନ୍ଦେହରେ ଅଟକ ରଖିଥିବା ସରସ୍ବତୀଙ୍କୁ ଜେରା କରିଥିଲା । ସରସ୍ବତୀ ନିଜ ପ୍ରେମିକ କୋରେଇ ଥାନା ଅନ୍ତର୍ଗତ ପାଣ୍ଡୁଳା ଗ୍ରାମର ରଞ୍ଜିତ ମଳିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କରିଥିବା ପୋଲିସ ନିକଟରେ ସ୍ବୀକାର କରିଥିଲେ । ତାଙ୍କ କହିବା ଅନୁଯାୟୀ, ଗତ ସୋମବାର ଭଡ଼ାଘରେ ନିଶାସକ୍ତ ଅବସ୍ଥାରେ ସୁରେନ୍ଦ୍ର ଶୋଇଥିଲେ । ତାଙ୍କ ହାତଗୋଡ଼କୁ ଏକ ରଶିରେ ବାନ୍ଧିବା ପରେ ତଣ୍ଟିକୁ ଚିପି ଶ୍ୱାସରୁଦ୍ଧ କରି ହତ୍ୟା କରିଥିଲେ। ହତ୍ୟା ପରେ ଘରର ବାହାରପଟୁ ତାଲା ପକାଇ ଉଭୟ ଫେରାର ହୋଇଯାଇଥିଲେ। ବୁଧବାର ସରସ୍ବତୀ ଭଡ଼ାଘରକୁ ଆସି ଜିନିଷ ନେବା ବାହାନାରେ ଚାବି ଖୋଲି ତାଙ୍କ ସ୍ବାମୀଙ୍କୁ କିଏ ମାରି ଦେଇଥିବା ଘର ମାଲିକଙ୍କୁ କହିଥିଲେ। ଏ ନେଇ ଘର ମାଲିକ ପୋଲିସକୁ ଜଣାଇଥିଲେ । ପୋଲିସ ତଦନ୍ତ କରି ସୋମବାର ଉଭୟଙ୍କୁ ଦୋଷୀ ସାବ୍ୟସ୍ତ କରି (କେସ ନଂ. ୫୦୧/୨୪) କୋର୍ଟ ଚାଲାଣ କରିଥିଲା । ସେଠାରେ ଉଭୟଙ୍କ ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି ।

କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଜଙ୍ଘାର ଗ୍ରାମରେ ସୁରେନ୍ଦ୍ରଙ୍କ ଘର । ସୁରେନ୍ଦ୍ର ସରସ୍ବତୀଙ୍କ ସହ କପିଳେଶ୍ୱର କଲୋନୀର କିଛିଦିନ ହେବ ଏକ ଭଡାଘରେ ରହୁଥିଲେ ା ସରସ୍ବତୀ ଏକ ମଲ୍‌ରେ କାମ କରୁଥିଲେ । ବିଭିନ୍ନ କାରଣରୁ ଉଭୟଙ୍କ ମଧ୍ୟରେ କଳହ ଲାଗି ରହୁଥିଲା। ଏହି କାରଣରୁ ସରସ୍ବତୀ ତାଙ୍କ ବାପଘର ଯାଜପୁରରୋଡ଼ ଅନ୍ତର୍ଗତ ପାଇକରାପୁରରେ ନିଜ ପିଲାଙ୍କ ସହ ରହୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri