ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା, ଅଖାରେ ଭର୍ତ୍ତି କରି ନାଳରେ ଫୋପାଡି ଥିଲେ

ଦିଗପହଣ୍ଡି,୨୯ା୧୨(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରେ ଗତ ୧୯ ତାରିଖରୁ ନିଖୋଜ ଥିବା କୃଷ୍ଣଚନ୍ଦ୍ର ବେହେରାଙ୍କ ଗଳିତ ମୃତଦେହ ପୋଲିସ ଗଜପତି ଜିଲା ଆର.ଉଦୟଗିରି ଥାନା ଲାଞ୍ଜିଆ ଗ୍ରାମ ନିକଟ ମାଙ୍କଡଡିଆଁ ନାଳରୁ ବୁଧବାର ଜବତ କରିଛି। ଅଖାରେ ବନ୍ଧାଯାଇଥିବା ମୃତଦେହକୁ ଉଦ୍ଧାର କରି ପୋଲିସ ମାମଲା ରୁଜୁ କରି ମୃତ କୃଷ୍ଣଚନ୍ଦ୍ରଙ୍କ ସ୍ତ୍ରୀ ଏବଂ ଗଜପତି ଜିଲା ମୋହନାରେ ଡ୍ରେସ୍‌ ଦୋକାନ କରିଥିବା ତାଙ୍କ ପ୍ରେମିକ ଶଙ୍କର୍ଷଣ ଗୌଡ଼ଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ଜବତ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବ୍ୟବସ୍ଥଡ଼୍ୟବସ୍ଥ ଡାକ୍ତରଖାନାକୁ ପଠାଇ ଦିଆଯାଇଛି। କୃଷ୍ଣଚନ୍ଦ୍ରଙ୍କ ସ୍ତ୍ରୀ ତା’ର ପ୍ରେମିକ ସହ ମିଶି ହତ୍ୟା କରିଥିବା ପୋଲିସ ପ୍ରାଥମିକ ତଦନ୍ତ ପରେ ସୂଚନା ଦେଇଛି।

ସୂଚନାଯୋଗ୍ୟ, ଗତ ୧୯ ତାରିଖରୁ କୃଷ୍ଣଚନ୍ଦ୍ର ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଫଧ୍ୟଫ ତାଙ୍କ ସନ୍ଧାନ ପାଇନଥିଲେ। ଏନେଇ କେ.ନୂଆଗାଁ ଥାନାରେ ଏତଲା ଦେବା ପରେ ପୋଲିସ ନିଖୋଜ ମାମଲା ନଂ.୩୭/୨୨ ରୁଜୁ କରି ତଦନ୍ତ ଚଳାଇଥିଲା। ପୋଲିସ ଟିମ୍‌ ଗାଁରେ ପହଞ୍ଚି ବିଭିନ୍ନ ଦିଗରୁ ତଦନ୍ତ କରିଥିଲା। ଘରର କିଛି ସ୍ଥାନରେ ରକ୍ତଛିଟା ପଡ଼ିଥିବା ନେଇ ସାହି ପଡୋଶୀ ଲୋକ ପୋଲିସକୁ ସୂଚନା ଦେବାପରେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ ସୁରାକ ପାଇଥିଲା। କୃଷ୍ଣଚନ୍ଦ୍ରଙ୍କ ସ୍ତ୍ରୀଙ୍କ ମୋବାଇଲ ଫୋନକୁ ତଲାସ କରାଯିବା ପରେ ପୋଲିସ ଖମାରି ଗାଁର ଶଙ୍କର୍ଷଣଙ୍କ ଫୋନ ନମ୍ବର ପାଇଥିଲା। ସନ୍ଦେହରେ ଶଙ୍କର୍ଷଣଙ୍କୁ ପୋଲିସ ଉଠାଇ ଆଣି ତଦନ୍ତ କରିବା ପରେ ଘଟଣାର ପର୍ଦ୍ଦାଫାଶ ହୋଇଥିବା ତଦନ୍ତକାରୀ ପୋଲିସ ଅଧିକାରୀ ଏସଡିପିଓ କୃଷ୍ଣଚନ୍ଦ୍ର ଭତ୍ରା କହିଛନ୍ତି। ଶଙ୍କର୍ଷଣ ଏବଂ କୃଷ୍ଣଚନ୍ଦ୍ରଙ୍କ ସ୍ତ୍ରୀ ଉଭୟେ ଭୀଷ୍ମଗିରୀ କଲେଜରେ ପଢୁଥିବା ବେଳେ ଦୁହିଁଙ୍କ ମଧ୍ୟରେ ପ୍ରେମସମ୍ପର୍କ ଗଢି ଉଠିଥିଲା। ଉଭୟେ ଭିନ୍ନ ଜାତିର ହୋଇଥିବାରୁ ସେମାନଙ୍କ ମଧ୍ୟରେ ବିବାହ ହୋଇପାରି ନ ଥିଲା। ଏନେଇ ଉଭୟଙ୍କ ପରିବାର ଲୋକେ ଜାଣିଥିଲେ। ୯ ମାସ ପୂର୍ବେ କୃଷ୍ଣଚନ୍ଦ୍ରଙ୍କ ବିବାହ ହୋଇଥିଲା। ବିବାହ ପରେ ମଧ୍ୟ ଶଙ୍କର୍ଷଣ ବହୁବାର କୃଷ୍ଣଚନ୍ଦ୍ରଙ୍କ ଘରକୁ ଯା’ଆସ କରି ତାଙ୍କ ସ୍ତ୍ରୀ ତଥା ପ୍ରେମିକାଙ୍କ ସହ ସମ୍ପର୍କ ରଖିଥିଲେ। ଏହି ଘଟଣା ପ୍ରଘଟ ହେବା ପରେ ସ୍ତ୍ରୀଙ୍କୁ କୃଷ୍ଣଚନ୍ଦ୍ର ତାଗିଦ କରିଥିଲେ। କୃଷ୍ଣଚନ୍ଦ୍ରଙ୍କୁ ରାସ୍ତାରୁ ହଟାଇବାକୁ ତାଙ୍କ ସ୍ତ୍ରୀ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଥିଲେ। ଗତ ୧୯ ତାରିଖରେ ପୂର୍ବ ଯୋଜନା ପ୍ରକାରେ ଶଙ୍କର୍ଷଣ କୃଷ୍ଣଚନ୍ଦ୍ରଙ୍କ ଘରେ ପହଞ୍ଚିବା ପରେ ପ୍ରେମିକାଙ୍କ ସହ ମିଶି ତାଙ୍କୁ ଛୁରି ଭୁଷି ହତ୍ୟା କରିବା ପରେ ମୃତଦେହକୁ ଏକ ଅଖାରେ ଭର୍ତ୍ତି କରି ବାଇକରେ ନେଇ ଗଜପତି ଜିଲା ଲାଞ୍ଜିଆ ନିକଟ ନାଳରେ ଫୋପାଡି ଦେଇଥିଲେ। ପୋଲିସ ସମୁଦାୟ ଘଟଣାର ରିକ୍ରିଏଶନ କରିଥିବା ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri