ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା, ସ୍ବାମୀ ଗିରଫ

ଯାଜପୁର ଟାଉନ,୯ା୯(ଡି.ଏନ.ଏ.): ଯାଜପୁର ଟାଉନ ଥାନା ଅନ୍ତର୍ଗତ ବୃନ୍ଦାବନପୁର ଗ୍ରାମରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରିବା ସହ ତାଙ୍କ ସ୍ବାମୀ ବିଶ୍ୱଜିତ ରଥଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।
ବଡ଼ଚଣା ବ୍ଲକ୍‌ ଧାନମଣ୍ଡଳ ଦେବତାସାହି ଗ୍ରାମର ନରେନ୍ଦ୍ର ଦେବତାଙ୍କ ଝିଅ ନିବେଦିତା ଦେବତା ବିଶ୍ୱଜିତଙ୍କୁ ୨୦୨୦ରେ ବୈଦିକ ରୀତିରେ ବିବାହ କରିଥିଲେ। ବିବାହ ସମୟରେ ବର ପକ୍ଷରୁ ଦାବି ମୁତାବକ ୨ ଲକ୍ଷ ଟଙ୍କା କନ୍ୟାଘର ପକ୍ଷରୁ ପ୍ରଦାନ କରାଯାଇଥିଲା। ମାତ୍ର ବିବାହଘର କିଛିଦିନ ପରେ ଅଧିକ ୨ ଲକ୍ଷ ଟଙ୍କା ଓ ୫ ଭରି ସୁନା ଆଣିବାକୁ ନିବେଦିତାଙ୍କୁ ଶାଶୁଘର ଲୋକେ ଚାପ ପକାଉଥିଲେ। ଏପରି କି ମହିଳାଙ୍କ ସ୍ବାମୀ ବିଶ୍ୱଜିତ, ଶ୍ୱଶୁର ଅଶୋକ, ଶାଶୁ, ନଣନ୍ଦ ଓ ନଣନ୍ଦେଇ ମିଳିତଭାବେ ନିବେଦିତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇଆସୁଥିଲେ। ଗତ ୪ ତାରିଖ ସକାଳ ପ୍ରାୟ ୮ଟାରେ ନିବେଦିତା ତାଙ୍କ ମା’ଙ୍କ ସହ କଥା ହେବା ବେଳେ ତାଙ୍କୁ ମାରିଦେବାକୁ ଯୋଜନା ପ୍ରସ୍ତୁତି କରାଯାଉଛି ବୋଲି କହିଥିଲେ। ତେଣୁ ତାଙ୍କୁ ଏଠାରୁ ନେଇଯିବା ପାଇଁ କହିବା ସମୟରେ ଫୋନ୍‌ଟିକୁ କେହି ଜଣେ ଛଡାଇ ନେଇଥିଲେ ବୋଲି ନିବେଦିତାଙ୍କ ବାପା ନରେନ୍ଦ୍ର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପରେ ନିବେଦିତାଙ୍କ ଅସୁସ୍ଥ ଖବର ପାଇ ବାପଘର ଲୋକେ କଟକ ବଡମେଡିକାଲରେ ପହଞ୍ଚତ୍ବା ପରେ ନିବେତାଙ୍କ ମୃତ୍ୟୁ ହୋଇଥିଲା। ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାରୁ ତାଙ୍କୁ ଶାଶୁ ଘର ଲୋକେ ହତ୍ୟା କରିଛନ୍ତି ବୋଲି ଅଭିଯୋଗରେ ଦର୍ଶାଯାଇଛି। ଏନେଇ ଥାନାରେ ନଂ.୩୧୭/୨୨ରେ ମାମଲା ରୁଜୁ ହୋଇଛି। ଅନ୍ୟ ଅଭିଯୁକ୍ତ ଫେରାର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri