ହାତୀ ଆକ୍ରମଣରେ ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର

କେନ୍ଦୁଝର,୩୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର କେନ୍ଦୁଝର ବନଖଣ୍ଡର ତେଲକୋଇ ରେଞ୍ଜ ଅଞ୍ଚଳରେ ଜଙ୍ଗଲୀ ହାତୀ ଆକ୍ରମଣରେ ଜଣେ ୪୫ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ସ୍ବାମୀ ଗୁରୁତର ହୋଇଛନ୍ତି। ମୃତ ମହିଳାଙ୍କ ନାମ ଲାବଣ୍ୟ ପଲେଇ ଏବଂ ଆହତଙ୍କ ନାମ ଯଦୁ ପଲେଇ, ଉଭୟ ତେଲକୋଇ ଥାନା ଅନ୍ତର୍ଗତ ଉଦୟଗିରି ଗ୍ରାମର ବୋଲି ଜଣାପଡ଼ିଛି। ଏହି ଘଟଣା ପରେ ଉକ୍ତ ଅଞ୍ଚଳରେ ଲୋକେ ଆତଙ୍କିତ ହୋଇ ପଡ଼ିଥିବା ବେଳେ, ବନ ବିଭାଗ ପକ୍ଷରୁ ସୁରକ୍ଷା ମିଳୁ ନ ଥିବାରୁ ଲୋକଙ୍କ ମଧ୍ୟରେ ଆକ୍ରୋଶ ଲାଗି ରହିଛି।

ତେଲକୋଇ ବନାଞ୍ଚଳ ରେଞ୍ଜର ରେଞ୍ଜ ଅଧିକାରୀ ଶିବାଜୀ ମୋହନ ରାଓ କହିଛନ୍ତି ଯେ “ବହୁ ସଚେତନତା ଏବଂ ସତର୍କତା ସତ୍ତ୍ୱେ, ଲୋକମାନେ ମାନୁ ନାହାନ୍ତି। ଯାହା ପାଇଁ ଏଭଳି ଘଟଣା ଘଟିଛି। ନିୟମ ଅନୁଯାୟୀ ମୃତକଙ୍କ ପାଇଁ କ୍ଷତିପୂରଣ ଦିଆଯିବ। ଆହତଙ୍କୁ ଚିକିତ୍ସା ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ଆମେ ହାତୀ ପଲକୁ ମଣିଷ ବସତିରୁ ଜଙ୍ଗଲ ଅଞ୍ଚଳକୁ ଘଉଡ଼ାଇବାକୁ ଚେଷ୍ଟା କରୁଛୁ। ହାତୀକୁ ଟ୍ରାକ୍‌ କରିବା ଏବଂ ଗ୍ରାମବାସୀଙ୍କୁ ସତର୍କ କରିବା ପାଇଁ ହାତୀ ଡ୍ରାଇଭିଂ ସ୍କ୍ବାଡ୍‌ ନିୟୋଜିତ କରାଯାଇଛି”।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri