ହାଇଓ୍ବା ଧକ୍କାରେ ମହିଳାଙ୍କ ଜୀବନ ଗଲା, ସ୍ବାମୀ ଗୁରୁତର

ଭଦ୍ରକ ଅଫିସ,୭।୨: ଭଦ୍ରକ-ଚାନ୍ଦବାଲି ରାଜପଥ ସରକାରନଗର ନିକଟରେ ରବିବାର ଏକ ହାଇଓ୍ବା ଧକ୍କା ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ଏ ନେଇ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତକ ହେଲେ ବାସୁଦେବପୁରର ଅଭିଲିପ୍ସା ବାରିକ। ଗୁରୁତର ସ୍ବାମୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ଅଭିଲିପ୍ସା ଓ ତାଙ୍କର ସ୍ବାମୀ ମନୋଜ ଦାସ ଏକ ସ୍କୁଟି ଯୋଗେ ଘରକୁ ଫେରୁଥିଲେ। ହେଲେ ଦ୍ରୁତଗତିରେ ଆସୁଥିବା ଏକ ହାଇୱା ସରକାରନଗର ନିକଟରେ ସ୍କୁଟିକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଅଭିଲିପ୍ସାଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥକୁ ଅବରୋଧ କରିଥିଲେ। ଫଳରେ ଉଭୟପଟୁ ଗାଡ଼ି ଚଳାଚଳ ଏକ ଘଣ୍ଟା ପାଇଁ ବାଧାପ୍ରାପ୍ତ ହୋଇଥିଲା। ପୁରୁଣାବଜାର ଥାନା ପୋଲିସ ଓ ଭଦ୍ରକ ଏସ୍‌ଡିପିଓ ସାର୍ଥକ ରାୟ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ହଟିଥିଲା। ପୋଲିସ ହାଇୱାକୁ ଜବତ କରି ଡ୍ରାଇଭରଙ୍କୁ ଗିରଫ କରିଛି। ପୁରୁଣାବଜାର ଥାନାରେ ଏକ ମାମଲା (ନଂ.୨୭/୨୧) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri