ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ ମହିଳାଙ୍କ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଲାଞ୍ଜିଗଡ ପଞ୍ଚାୟତ ଜାମଚୁଆ ଗ୍ରାମର ସ୍ୱର୍ଗତ ସାଇବ ମାଝୀଙ୍କ ସ୍ତ୍ରୀ ମଲ ମାଝୀ (୫୫)।

ସୂଚନାନୁସାରେ ମଲ କୌଣସି କାମରେ ଗାଁର ଲକ୍ଷ୍ମୀ ମାଝୀଙ୍କ ସହିତ ଆଶ୍ରମପଡ଼ା ଆଡ଼କୁ ଯାଉଥିଲେ। ସେତିକିବେଳେ ପଛପଟୁ କୌଣସି ଏକ ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ମଲ ଛିଟିକିପଡ଼ିବାରୁ ଘଟଣାସ୍ଥଳରେ ପ୍ରାଣ ହରାଇଥିଲେ।

ଖବର ପାଇ ପରିବାର ଲୋକେ ପହଞ୍ଚି କ୍ଷତିପୂରଣ ଦାବିରେ ମୃତଦେହ ରଖି ଲାଞ୍ଜିଗଡ-ବିଶ୍ୱନାଥପୁର ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ଏହାକୁ ନେଇ ଟ୍ରାଫଇକ ସମସ୍ୟା ଦେଖାଦେଇଥିଲା। ଲାଞ୍ଜିଗଡ ଥାନାଧିକାରୀ ଯଶୋବନ୍ତ ହିଆଲଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ପହଞ୍ଚି ତଦନ୍ତ କରିଥିଲେ I ପୋଲିସ ପରିବାର ଲୋକଙ୍କୁ ବୁଝାଶୁଝା କରି କ୍ଷତିପୂରଣ ପ୍ରତିଶ୍ରୁତି ଦେବାରୁ ୩ଘଣ୍ଟା ପରେ ରାସ୍ତା ଅବରୋଧ ହଟିଥିଲା। ଏନେଇ ପୋଲିସ ଏକ ମାମଲା(ନଂ.୧/୨୬) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିପାରନ୍ତି ଶି ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀରେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏକ ବଡ଼ ପ୍ରତିନିଧିମଣ୍ଡଳୀ ସହ ଭାରତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri