ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ, କ୍ଷତିପୂରଣ ପରେ ଉଠିଲା ମୃତଦେହ

ଭବାନୀପାଟଣା/କୋକସରା,୧।୭(ସ୍ବ.ପ୍ର./ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ୨ ପୃଥକ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଭବାନୀପାଟଣା ବ୍ଲକ କନ୍ଦବାନ୍ଦୋପଲା ଗ୍ରାମର ରତ୍ନାକର ମାଝି (୨୩) ଏବଂ କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ଼ର କିଆଁ ମାଝି (୪୧)।

ସୂଚନା ଅନୁଯାୟୀ, ଅପରାହ୍ନରେ ଭବାନୀପାଟଣାରୁ ରତ୍ନାକର ବାଇକ୍‌ରେ ଘରକୁ ଆସୁଥିଲେ। ରିଷଗଁାଠାରେ ଏକ ପିକଅପ୍‌୍‌ ଭ୍ୟାନ ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଗାଡ଼ି ଡ୍ରାଇଭର ଫେରାର ହୋଇଥିଲେ। ପରିବାର ଲୋକେ କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ। ସଦର ଥାନା ଆଇଆଇସି ରଶ୍ମିତା ପ୍ରଧାନ ପହଞ୍ଚତ୍ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସମାଧାନ ହୋଇପାରି ନ ଥିଲା। ପ୍ରଶାସନ ପକ୍ଷରୁ ରେଡ୍‌କ୍ରସ ସହାୟତା ଓ ଦୁର୍ଘଟଣା ଘଟାଇଥିବା ଗାଡି ମାଲିକ କ୍ଷତିପୂରଣ ଦେବା ପ୍ରତିଶ୍ରୁତି ପରେ ସନ୍ଧ୍ୟା ସାଢେ ୭ରେ ରାସ୍ତାରୋକୋ ହଟିଥିଲା।

ସେହିପରି କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ଼ ଗାଁର କୃଷ୍ଣଚନ୍ଦ୍ର ମାଝି (୪୫), ସ୍ତ୍ରୀ କିଆଁ ଓ ଝିଅ ନମିତା ମାଝି (୧୧) ଏକ ବାଇକ୍‌ (ଓଡି୦୮ଏନ୍‌-୫୪୬୮) ଯୋଗେ ବଡ଼ଝିଅ ଗଁା ଭୁର୍ଷାଗୁଡାକୁ ଯାଉଥିଲେ। ଗୋତୋମୁଣ୍ଡାରୁ ଆଇଆର୍‌ବି ଯବାନଙ୍କୁ ରଥଯାତ୍ରା ଡ୍ୟୁଟିରେ ଛାଡି ଫେରୁଥିବା ଆମପାଣି ପୋଲିସ ଗାଡି(ନଂ.ଓଡି୦୫ଓ୍ବାଇ-୪୮୮୧) ବାଇକ୍‌କୁ ଧକ୍କା ଦେଇଥିଲା। ବାଇକ୍‌ରୁ ୩ଜଣ ରାସ୍ତାରେ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ୩ଜଣଙ୍କୁ ପୋଲିସ ଗାଡିରେ କୋକସରା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ କିଆଁଙ୍କ ମୃତ୍ୟୁ ଘଟିଛି। ଗୁରୁତର ବାପା ଓ ଝିଅକୁ ଆମ୍ବୁଲାନ୍ସରେ ଭବାନୀପାଟଣା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ବ୍ୟବଚ୍ଛେଦ ପରେ ପରିବାର ଓ ଗ୍ରାମବାସୀ ମୃତଦେହ ଆମପାଣି ଥାନା ସମ୍ମୁଖ ଜାତୀୟ ରାଜପଥ ୨୬ରେ ରଖି ଅବରୋଧ କରିଥିଲେ। ଦୁର୍ଘଟଣା ଘଟାଇଥିବା ପୋଲିସ ଗାଡ଼ି ଡ୍ରାଇଭରଙ୍କୁ ଗିରଫ, ୧୦ ଲକ୍ଷ କ୍ଷତିପୂରଣ ସହ ଗୁରୁତର ବାପା, ଝିଅର ସମସ୍ତ ଚିକିତ୍ସା ଖର୍ଚ୍ଚ ପୋଲିସ ବିଭାଗ ବହନ କରିବା ଦାବିରେ ଆନ୍ଦୋଳନ କରିଥିଲେ। ଫଳରେ ବିଳମ୍ବିତ ରାତିରେ ପୋଲିସ ପ୍ରଶାସନ ପକ୍ଷରୁ ୯୦ ହଜାର ଟଙ୍କା ଏବଂ ରେଡ୍‌କ୍ରସ ପକ୍ଷରୁ ୧୦ ହଜାର ଟଙ୍କା କ୍ଷତିପୂରଣ ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଏ ନେଇ ଥାନାରେ ଏକ ମାମଲା (ନଂ.୬୭/୨୨) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri