ମହିଳାଙ୍କୁ ହତ୍ୟା, ଜେଲ୍‌ ଗଲେ ପଡ଼ୋଶୀ

ଦିଗପହଣ୍ଡି,୨୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡା ଗ୍ରାମ ନୂଆସାହିରେ ଘର କାନ୍ଥ ବିବାଦକୁ କେନ୍ଦ୍ରକରି ଗତ ମଙ୍ଗଳବାର ଅପରାହ୍ନରେ ବିଜୟଲକ୍ଷ୍ମୀ ମହାନ୍ତି ଓରଫ କୁନା ନାମ୍ନୀ ମହିଳାଙ୍କୁ ନିଜ ଘର ସମ୍ମୁଖରେ ଲୁହା ପାଇପ୍‌ରେ ପିଟି ପିଟି ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ଶନିବାର ବିଜୟଲକ୍ଷ୍ମୀଙ୍କ ପଡ଼ୋଶୀ ରବି ନାରାୟଣ ନାହାକଙ୍କୁ ଗିରଫ କରାଯାଇଥିବା ନେଇ ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି। କେସ୍‌ ନଂ .୩୦୭/୨୧ ଦଫା – ୩୦୨/୨୦୧ ଅନୁଯାୟୀ ରବୀନ୍ଦ୍ରଙ୍କୁ ବ୍ରହ୍ମପୁର ସଦର କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନାଯୋଗ୍ୟ, ଘରର ପାଚେରି କାନ୍ଥକୁ କେନ୍ଦ୍ର କରି ବିଜୟଲକ୍ଷ୍ମୀ ଏବଂ ତାଙ୍କ ପଡ଼ୋଶୀ ରବୀନ୍ଦ୍ରଙ୍କ ପରିବାର ଲୋକଙ୍କ ମଧ୍ୟରେ ବାଦ ବିବାଦ ତୀବ୍ରତର ହୋଇଥିଲା। ରବୀନ୍ଦ୍ର ଓ ତାଙ୍କ ପରିବାର ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ବିଜୟଲକ୍ଷ୍ମୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ମୃତଦେହକୁ ଛାଡ଼ିଦେଇ ରବୀନ୍ଦ୍ର ଓ ତାଙ୍କ ପରିବାର ଲୋକେ ଫେରାର ହୋଇଯାଇଥିଲେ। ଖବରପାଇ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ହାତୀ ବନ୍ଧ ସାହିରେ ରହୁଥିବା ବିଜୟଲକ୍ଷ୍ମୀଙ୍କ ଭଉଣୀ ଛବି ରାଣୀ ମହାନ୍ତି ରାତିରେ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ପୋଲିସ ମାମଲା ରୁଜୁ କରିବା ସହ ବୁଧବାର ସକାଳେ ପୋଲିସ ସାଇଣ୍ଟିଫିକ ଟିମ୍‌ର ତଦନ୍ତ ପରେ ମୃତ ବିଜୟଲକ୍ଷ୍ମୀଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଭିକ୍ଟୋରିଆ ଯୁଗର ଜୋତା ମିଳିଲା

ଲଣ୍ଡନ: ସମ୍ପ୍ରତି ୱେଲ୍ସ କାଉଣ୍ଟିର ଏକ ଅଜବ ଏବଂ ରହସ୍ୟମୟ ଘଟଣା ସ୍ଥାନୀୟ ଲୋକଙ୍କୁ ବିସ୍ମିତ କରିଦେଇଛି। ଦକ୍ଷିଣ ୱେଲ୍ସର ଗ୍ଲାମୋର୍ଗାନ ଉପତ୍ୟକାର ଓଗମୋର୍‌-ବାଇ-ସି ବିଚ୍‌ରେ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri