ମହିଳାଙ୍କୁ ହତ୍ୟା, ଜେଲ୍‌ ଗଲେ ପଡ଼ୋଶୀ

ଦିଗପହଣ୍ଡି,୨୭ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡା ଗ୍ରାମ ନୂଆସାହିରେ ଘର କାନ୍ଥ ବିବାଦକୁ କେନ୍ଦ୍ରକରି ଗତ ମଙ୍ଗଳବାର ଅପରାହ୍ନରେ ବିଜୟଲକ୍ଷ୍ମୀ ମହାନ୍ତି ଓରଫ କୁନା ନାମ୍ନୀ ମହିଳାଙ୍କୁ ନିଜ ଘର ସମ୍ମୁଖରେ ଲୁହା ପାଇପ୍‌ରେ ପିଟି ପିଟି ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଅଭିଯୋଗରେ ଶନିବାର ବିଜୟଲକ୍ଷ୍ମୀଙ୍କ ପଡ଼ୋଶୀ ରବି ନାରାୟଣ ନାହାକଙ୍କୁ ଗିରଫ କରାଯାଇଥିବା ନେଇ ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି। କେସ୍‌ ନଂ .୩୦୭/୨୧ ଦଫା – ୩୦୨/୨୦୧ ଅନୁଯାୟୀ ରବୀନ୍ଦ୍ରଙ୍କୁ ବ୍ରହ୍ମପୁର ସଦର କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନାଯୋଗ୍ୟ, ଘରର ପାଚେରି କାନ୍ଥକୁ କେନ୍ଦ୍ର କରି ବିଜୟଲକ୍ଷ୍ମୀ ଏବଂ ତାଙ୍କ ପଡ଼ୋଶୀ ରବୀନ୍ଦ୍ରଙ୍କ ପରିବାର ଲୋକଙ୍କ ମଧ୍ୟରେ ବାଦ ବିବାଦ ତୀବ୍ରତର ହୋଇଥିଲା। ରବୀନ୍ଦ୍ର ଓ ତାଙ୍କ ପରିବାର ଲୋକଙ୍କ ସଂଘବଦ୍ଧ ଆକ୍ରମଣରେ ବିଜୟଲକ୍ଷ୍ମୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ମୃତଦେହକୁ ଛାଡ଼ିଦେଇ ରବୀନ୍ଦ୍ର ଓ ତାଙ୍କ ପରିବାର ଲୋକେ ଫେରାର ହୋଇଯାଇଥିଲେ। ଖବରପାଇ ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ହାତୀ ବନ୍ଧ ସାହିରେ ରହୁଥିବା ବିଜୟଲକ୍ଷ୍ମୀଙ୍କ ଭଉଣୀ ଛବି ରାଣୀ ମହାନ୍ତି ରାତିରେ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ପୋଲିସ ମାମଲା ରୁଜୁ କରିବା ସହ ବୁଧବାର ସକାଳେ ପୋଲିସ ସାଇଣ୍ଟିଫିକ ଟିମ୍‌ର ତଦନ୍ତ ପରେ ମୃତ ବିଜୟଲକ୍ଷ୍ମୀଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri